ଡମ୍ପିଙ୍ଗ୍‌ ୟାର୍ଡ ପାଲଟିଛି ଧରାକୋଟ ମୁଖ୍ୟରାସ୍ତା କଡ଼

ଧରାକୋଟ,୩୦ା୮(ଡି.ଏନ୍‌.ଏ.): ଧରାକୋଟ ଗଡ଼ର ଉଭୟ ପଟ ରାସ୍ତା ପାଶର୍‌ବ ଡମ୍ପିଙ୍ଗ ୟାର୍ଡ ପାଲଟିଛି। ପ୍ରତିଦିନ ଦୋକାନ ବଜାରର ଅବ୍ୟବହୃତ ଅଳିଆ ଆବର୍ଜନାକୁ ରାସ୍ତା କଡ଼ରେ ପକାଇ ଦେଉଥିବାରୁ ଏଠାରେ ପୂତି ଗନ୍ଧାମୟ ପରିବେଶ ସୃଷ୍ଟି ହେଉଛି। ଏହାର ସୁଯୋଗ ନେଇ ସାଧାରଣ ଜନତା ମଧ୍ୟ ଘରର ଅଳିଆ ନେଇ ରାସ୍ତା ପାର୍ଶ୍ୱରେ ଫିଙ୍ଗୁଛନ୍ତି। କେନ୍ଦ୍ର ସରକାରଙ୍କଠାରୁ ରାଜ୍ୟ ସରକାର ସମସ୍ତେ ପରିବେଶ ସ୍ବଚ୍ଛତା, ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଆରୋପ କରୁଛନ୍ତି। ଏଥିପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଗାଁ ଗାଁରେ ପ୍ରଚାର କରିବା ସହ ପଞ୍ଚାୟତ, ଅଙ୍ଗନୱାଡି, ସ୍ବାସ୍ଥ୍ୟ ବିଭାଗ ମଧ୍ୟ ସ୍ବଚ୍ଛତା ଓ ପରିଛିତା ଉପରେ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି। ପ୍ରଚାର ସର୍ବସ୍ବ ଏହି କାର୍ଯ୍ୟକ୍ରମ ପାଇଁ ସରକାର ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ବ୍ୟୟ କରୁଛନ୍ତି। ହେଲେ ଏଥିରେ ସୁଧାର ଆସିନଥିବା ଦେଖିବାକୁ ମିଳୁଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ବ୍ଲକ ଅଫିସ ରାସ୍ତା, ପଞ୍ଚାୟତ ସମ୍ମୁଖ, ସ୍ବାସ୍ଥ୍ୟ କେନ୍ଦ୍ର ତଳଭାଗ, ପୋଲିସ ଥାନା ଯିବା ଧରାକୋଟ ଜାନବିଲି ମୁଖ୍ୟ ରାସ୍ତା କଡ଼ରେ ପ୍ରତ୍ୟହ ଅଳିଆ ଆବର୍ଜନା ଜମା ହେଉଛି। ଏହା ଦ୍ବାରା ପରିବେଶ ପ୍ରଦୂଷିତ ହୋଇ ବିଭିନ୍ନ ସଂକ୍ରାମକ ରୋଗ ବ୍ୟାପିବାର ସମ୍ଭାବନା ରହିଛି। ଏଣୁ ପ୍ରଶାସନ ତରଫରୁ ଏଥିପ୍ରତି ଦୃଷ୍ଟିଦେଇ ଏକ ନିର୍ଦ୍ଧିଷ୍ଟ ସ୍ଥାନ ନିରୂପଣ କରି ବଜାର ଓ ଗାଁର ଅଳିଆ ଆବର୍ଜନା ସେଠାରେ ଜମା କରିବାକୁ ପଦକ୍ଷେପ ନେଲେ ପରିବେଶ ପ୍ରଦୂଷିତ
ହେବାରେ ସନ୍ତୁଳନ ଆସନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri