ଡମ୍ପିଙ୍ଗ୍‌ ୟାର୍ଡ ପାଲଟିଛି ଧରାକୋଟ ମୁଖ୍ୟରାସ୍ତା କଡ଼

ଧରାକୋଟ,୩୦ା୮(ଡି.ଏନ୍‌.ଏ.): ଧରାକୋଟ ଗଡ଼ର ଉଭୟ ପଟ ରାସ୍ତା ପାଶର୍‌ବ ଡମ୍ପିଙ୍ଗ ୟାର୍ଡ ପାଲଟିଛି। ପ୍ରତିଦିନ ଦୋକାନ ବଜାରର ଅବ୍ୟବହୃତ ଅଳିଆ ଆବର୍ଜନାକୁ ରାସ୍ତା କଡ଼ରେ ପକାଇ ଦେଉଥିବାରୁ ଏଠାରେ ପୂତି ଗନ୍ଧାମୟ ପରିବେଶ ସୃଷ୍ଟି ହେଉଛି। ଏହାର ସୁଯୋଗ ନେଇ ସାଧାରଣ ଜନତା ମଧ୍ୟ ଘରର ଅଳିଆ ନେଇ ରାସ୍ତା ପାର୍ଶ୍ୱରେ ଫିଙ୍ଗୁଛନ୍ତି। କେନ୍ଦ୍ର ସରକାରଙ୍କଠାରୁ ରାଜ୍ୟ ସରକାର ସମସ୍ତେ ପରିବେଶ ସ୍ବଚ୍ଛତା, ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଆରୋପ କରୁଛନ୍ତି। ଏଥିପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଗାଁ ଗାଁରେ ପ୍ରଚାର କରିବା ସହ ପଞ୍ଚାୟତ, ଅଙ୍ଗନୱାଡି, ସ୍ବାସ୍ଥ୍ୟ ବିଭାଗ ମଧ୍ୟ ସ୍ବଚ୍ଛତା ଓ ପରିଛିତା ଉପରେ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି। ପ୍ରଚାର ସର୍ବସ୍ବ ଏହି କାର୍ଯ୍ୟକ୍ରମ ପାଇଁ ସରକାର ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ବ୍ୟୟ କରୁଛନ୍ତି। ହେଲେ ଏଥିରେ ସୁଧାର ଆସିନଥିବା ଦେଖିବାକୁ ମିଳୁଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ବ୍ଲକ ଅଫିସ ରାସ୍ତା, ପଞ୍ଚାୟତ ସମ୍ମୁଖ, ସ୍ବାସ୍ଥ୍ୟ କେନ୍ଦ୍ର ତଳଭାଗ, ପୋଲିସ ଥାନା ଯିବା ଧରାକୋଟ ଜାନବିଲି ମୁଖ୍ୟ ରାସ୍ତା କଡ଼ରେ ପ୍ରତ୍ୟହ ଅଳିଆ ଆବର୍ଜନା ଜମା ହେଉଛି। ଏହା ଦ୍ବାରା ପରିବେଶ ପ୍ରଦୂଷିତ ହୋଇ ବିଭିନ୍ନ ସଂକ୍ରାମକ ରୋଗ ବ୍ୟାପିବାର ସମ୍ଭାବନା ରହିଛି। ଏଣୁ ପ୍ରଶାସନ ତରଫରୁ ଏଥିପ୍ରତି ଦୃଷ୍ଟିଦେଇ ଏକ ନିର୍ଦ୍ଧିଷ୍ଟ ସ୍ଥାନ ନିରୂପଣ କରି ବଜାର ଓ ଗାଁର ଅଳିଆ ଆବର୍ଜନା ସେଠାରେ ଜମା କରିବାକୁ ପଦକ୍ଷେପ ନେଲେ ପରିବେଶ ପ୍ରଦୂଷିତ
ହେବାରେ ସନ୍ତୁଳନ ଆସନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri