ଲଲାଟଙ୍କୁ ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର-୨୦୨୧’ ଶୁକ୍ରବାର ଘୋଷଣା କରାଯାଇଛି। ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକ ଏହି ପୁରସ୍କାର ପାଇବେ। ସେହିଭଳି ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ଚିତ୍ରଶିଳ୍ପୀ ଜ୍ୟୋତିର୍ମୟୀ ମହାନ୍ତି, ବଳଦେବ ମହାରଥା, ପଞ୍ଚାନନ ସୁର, ଦୁର୍ଗା ଚରଣ ପଣ୍ଡା ଓ ଭାସ୍କର୍ଯ୍ୟ ଶିଳ୍ପୀ ଦେବେନ୍ଦ୍ର ମିଶ୍ରଙ୍କୁ ଚୟନ କରାଯାଇଛି। ପୁରସ୍କାର ରାଶି ବାବଦରେ ଧର୍ମପଦ ପାଇଁ ୫ଲକ୍ଷ ଓ ଶିଳ୍ପୀ ସମ୍ବର୍ଦ୍ଧନା ଲାଗି ୧ଲକ୍ଷ ଟଙ୍କା ଲେଖାଏ ଦିଆଯିବ। ଚିତ୍ରଶିଳ୍ପୀ ଓ ଭାସ୍କର୍ଯ୍ୟ ଶିଳ୍ପୀଙ୍କ ନୀରବଚ୍ଛିନ୍ନ ସାଧନା ପାଇଁ ପ୍ରୋତ୍ସାହିତ କରିବା ନିମନ୍ତେ ଓଡ଼ିଶା ଲଳିତ ଏକାଡେମୀ ପକ୍ଷରୁ ୧୯୮୭ରୁ ଏହି ପୁରସ୍କାର ଦିଆଯାଉଛି।
ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକ ଖୋର୍ଦ୍ଧା ଜିଲା ଚିଲିକା ବ୍ଲକର ହରିପୁର ଶାସନରେ ଜନ୍ମଗ୍ରହଣ କରିଥିଲେ। ପ୍ରାଣନାଥ ମହାବିଦ୍ୟାଳୟରୁ ପ୍ରି ୟୁନିଭର୍ସିଟି ଶିକ୍ଷା ପରେ ଶାନ୍ତି ନିକେତନ କଳାଭବନରୁ ଶିକ୍ଷାପ୍ରାପ୍ତି କରିଥିଲେ। ଗୁରୁ ରାମକିଙ୍କର ବେଦ୍‌, ସୁଖମୟ ମିତ୍ର, ଗୌରୀ ଭଞ୍ଜ, ଯମୁନା ସେନ୍‌, ବିଶ୍ୱରୂପ ବସୁଙ୍କଠାରୁ ଶିକ୍ଷା ଗ୍ରହଣ କରିଥିଲେ। ବୟନ ଶିଳ୍ପରେ ଇଞ୍ଜିନିୟରିଂ ଡିଗ୍ରୀ ହାସଲ କରି କେନ୍ଦ୍ର ସରକାରଙ୍କ ବୟନଶିଳ୍ପ ବିଭାଗରେ କାର୍ଯ୍ୟ କରିଥିଲେ। ବୁଣାକାରଙ୍କୁ ନୂତନ ପଦ୍ଧତି, ନୂଆ ନକ୍ସା, ରଙ୍ଗ ପ୍ରୟୋଗ ମାଧ୍ୟମରେ ହସ୍ତଶିଳ୍ପରେ ଉନ୍ନତିକରଣ ଏବଂ ସେମାନଙ୍କୁ ଆଧୁନିକ କୌଶଳ ପ୍ରୟୋଗ ମାଧ୍ୟମରେ ମାର୍ଗଦର୍ଶକ ସାଜିଥିଲେ। ସେ ଓଡ଼ିଶା ଲଳିତ କଳା ଏକାଡେମୀ ରାଜ୍ୟ ପୁରସ୍କାର, ବିପ୍ରଚରଣ ମହାନ୍ତି ଫାଉଣ୍ଡେଶନ ଟ୍ରଷ୍ଟ ପୁରସ୍କାର, ରଘୁରାଜପୁର ଗୁରୁକୁଳ ଆଶ୍ରମ ପୁରସ୍କାର, ଶିଳ୍ପୀ ସମ୍ରାଟ ପୁରସ୍କାର, କଳାଜ୍ୟୋତି ସମ୍ମାନ ଓ ବୟନ ବିଭବ ସମ୍ମାନ ଆଦି ବହୁ ପୁରସ୍କାର ଓ ସମ୍ମାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri