ଲଲାଟଙ୍କୁ ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର-୨୦୨୧’ ଶୁକ୍ରବାର ଘୋଷଣା କରାଯାଇଛି। ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକ ଏହି ପୁରସ୍କାର ପାଇବେ। ସେହିଭଳି ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ଚିତ୍ରଶିଳ୍ପୀ ଜ୍ୟୋତିର୍ମୟୀ ମହାନ୍ତି, ବଳଦେବ ମହାରଥା, ପଞ୍ଚାନନ ସୁର, ଦୁର୍ଗା ଚରଣ ପଣ୍ଡା ଓ ଭାସ୍କର୍ଯ୍ୟ ଶିଳ୍ପୀ ଦେବେନ୍ଦ୍ର ମିଶ୍ରଙ୍କୁ ଚୟନ କରାଯାଇଛି। ପୁରସ୍କାର ରାଶି ବାବଦରେ ଧର୍ମପଦ ପାଇଁ ୫ଲକ୍ଷ ଓ ଶିଳ୍ପୀ ସମ୍ବର୍ଦ୍ଧନା ଲାଗି ୧ଲକ୍ଷ ଟଙ୍କା ଲେଖାଏ ଦିଆଯିବ। ଚିତ୍ରଶିଳ୍ପୀ ଓ ଭାସ୍କର୍ଯ୍ୟ ଶିଳ୍ପୀଙ୍କ ନୀରବଚ୍ଛିନ୍ନ ସାଧନା ପାଇଁ ପ୍ରୋତ୍ସାହିତ କରିବା ନିମନ୍ତେ ଓଡ଼ିଶା ଲଳିତ ଏକାଡେମୀ ପକ୍ଷରୁ ୧୯୮୭ରୁ ଏହି ପୁରସ୍କାର ଦିଆଯାଉଛି।
ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକ ଖୋର୍ଦ୍ଧା ଜିଲା ଚିଲିକା ବ୍ଲକର ହରିପୁର ଶାସନରେ ଜନ୍ମଗ୍ରହଣ କରିଥିଲେ। ପ୍ରାଣନାଥ ମହାବିଦ୍ୟାଳୟରୁ ପ୍ରି ୟୁନିଭର୍ସିଟି ଶିକ୍ଷା ପରେ ଶାନ୍ତି ନିକେତନ କଳାଭବନରୁ ଶିକ୍ଷାପ୍ରାପ୍ତି କରିଥିଲେ। ଗୁରୁ ରାମକିଙ୍କର ବେଦ୍‌, ସୁଖମୟ ମିତ୍ର, ଗୌରୀ ଭଞ୍ଜ, ଯମୁନା ସେନ୍‌, ବିଶ୍ୱରୂପ ବସୁଙ୍କଠାରୁ ଶିକ୍ଷା ଗ୍ରହଣ କରିଥିଲେ। ବୟନ ଶିଳ୍ପରେ ଇଞ୍ଜିନିୟରିଂ ଡିଗ୍ରୀ ହାସଲ କରି କେନ୍ଦ୍ର ସରକାରଙ୍କ ବୟନଶିଳ୍ପ ବିଭାଗରେ କାର୍ଯ୍ୟ କରିଥିଲେ। ବୁଣାକାରଙ୍କୁ ନୂତନ ପଦ୍ଧତି, ନୂଆ ନକ୍ସା, ରଙ୍ଗ ପ୍ରୟୋଗ ମାଧ୍ୟମରେ ହସ୍ତଶିଳ୍ପରେ ଉନ୍ନତିକରଣ ଏବଂ ସେମାନଙ୍କୁ ଆଧୁନିକ କୌଶଳ ପ୍ରୟୋଗ ମାଧ୍ୟମରେ ମାର୍ଗଦର୍ଶକ ସାଜିଥିଲେ। ସେ ଓଡ଼ିଶା ଲଳିତ କଳା ଏକାଡେମୀ ରାଜ୍ୟ ପୁରସ୍କାର, ବିପ୍ରଚରଣ ମହାନ୍ତି ଫାଉଣ୍ଡେଶନ ଟ୍ରଷ୍ଟ ପୁରସ୍କାର, ରଘୁରାଜପୁର ଗୁରୁକୁଳ ଆଶ୍ରମ ପୁରସ୍କାର, ଶିଳ୍ପୀ ସମ୍ରାଟ ପୁରସ୍କାର, କଳାଜ୍ୟୋତି ସମ୍ମାନ ଓ ବୟନ ବିଭବ ସମ୍ମାନ ଆଦି ବହୁ ପୁରସ୍କାର ଓ ସମ୍ମାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?