Posted inରାଜ୍ୟ

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା ସହ ତାଙ୍କ ନାମରେ ଭୁବନେଶ୍ୱର ଓ ଗଞ୍ଜାମ ଜିଲାରେ ଏକାଧିକ ବହୁତଳ କୋଠା ଥିବା ମଧ୍ୟ ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଭୁବନେଶ୍ୱରର ପାତ୍ରପଡ଼ାରେ ତାଙ୍କର ଏକ ତିନି ମହଲା କୋଠା ଠାବ ହୋଇଛି। ସେହିପରି ଗଞ୍ଜାମ ଜିଲାର ପି. ନୂଆଗାଁରେ ଆଉ ଦୁଇଟି ବହୁତଳ କୋଠା ଥିବା ଜଣାପଡ଼ିଛି।

ଏହାବ୍ୟତୀତ ଭୁବନେଶ୍ୱର, ଖଲ୍ଲିକୋଟ ଓ କୋଦଳା ଅଞ୍ଚଳରେ ମୋଟ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ରହିଛି। ଏତେ ସଂଖ୍ୟକ ପ୍ଲଟ୍‌ ଓ ବହୁତଳ କୋଠା ଠାବ ହେବା ପରେ ସମ୍ପୃକ୍ତ ଅଧିକାରୀଙ୍କ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି।

ତେବେ ଠାବ ହୋଇଥିବା ସମ୍ପତ୍ତିର ମୋଟ ମୂଲ୍ୟ, ଆୟର ଉତ୍ସ ଏବଂ ଅନ୍ୟାନ୍ୟ ଆର୍ଥିକ ତଥ୍ୟ ସମ୍ପର୍କରେ ସବିଶେଷ ସୂଚନା ମିଳିବା ପରେ ଘଟଣାର ପୂର୍ଣ୍ଣ ଚିତ୍ର ସ୍ପଷ୍ଟ ହେବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?