ନରସିଂହଙ୍କ ଘରେ ଧର୍ମେନ୍ଦ୍ର, ନୂଆ ସମୀକରଣ ନେଇ ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା

ବଲାଙ୍ଗୀର,୨୦ା୪: କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଘରେ ଅତିଥି ବା କୁଣିଆ ସାଜିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନରସିଂହଙ୍କ ପୁଅ ସମରେନ୍ଦ୍ରଙ୍କ କୃଷିଭିତ୍ତିକ ଅନୁଷ୍ଠାନର ଉଦଘାଟ୍‌ନୀ ଉତ୍ସବରେ ଧର୍ମେନ୍ଦ୍ର ସାମିଲ ହୋଇଛନ୍ତି। ତେବେ ନରସିଂହଙ୍କ ଦୁଇ ପୁଅଙ୍କ ସହ ଧର୍ମେନ୍ଦ୍ରଙ୍କ ବୈଠକ ଚାଲିଛି। ଏହି ବୈଠକରେ ଭାଜପାର ୩ ନେତା ମଧ୍ୟ ଉପସ୍ଥିତ ଅଛନ୍ତି। ଅନ୍ୟପଟେ ନରସିଂହଙ୍କ ଘରେ ଧର୍ମେନ୍ଦ୍ରଙ୍କ ଉପସ୍ଥିତିକୁ ନେଇ କିଛି ନୂଆ ସମୀକରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା ହେଉଛି।

ଏପଟେ ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ଧର୍ମେନ୍ଦ୍ର-ନରସିଂହଙ୍କ ବୈଠକକୁ ଭିନ୍ନ ଦୃଷ୍ଟିରେ ଦେଖିଛନ୍ତି। ରାଜନୀତିରେ ସବୁ ସମ୍ଭବ ବୋଲି କହିଛନ୍ତି ଭାଜପା ନେତା ଗୋପାଳଜୀ ପାଣିଗ୍ରାହୀ।

ସେହିପରି କଂଗ୍ରେସ ନେତା ସମରେନ୍ଦ୍ର ମିଶ୍ର କହିଛନ୍ତି, ଲୋକଙ୍କ ଚିନ୍ତାଧାରା ଉପରେ ଆମର ନିୟନ୍ତ୍ରଣ ନାହିଁ। ଯେ ଯାହା ବି ହେଉନା କାହିଁକି ନରସିଂହଙ୍କ ଘରେ ଧର୍ମେନ୍ଦ୍ରଙ୍କ ଉପସ୍ଥିତିକୁ କଂଗ୍ରେସ ନେତାମାନେ ଭିନ୍ନ ଭିନ୍ନ ଦୃଷ୍ଟିରେ ଦେଖିଛନ୍ତି। ତେବେ ରାଜନୀତିରେ ମୋଡ଼ କେଉଁଆଡ଼କୁ ଯାଉଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଙ୍କୁ ADHD ରୁ ରକ୍ଷା କରିପାରେ ମା’ କ୍ଷୀର, ଜାଣନ୍ତୁ କଣ କହୁଛି ନୂଆ ଗବେଷଣା

ନୂଆଦିଲ୍ଲୀ,୩୦।୬ (ପି.ଟି.): ଆଜିକାଲି ଅନେକ କ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ହ୍ରାସ ପାଉଥିବା ଦେଖାଯାଉଛି। କେତେକ ସ୍ଥଳରେ ମା’ର ସ୍ବାସ୍ଥ୍ୟଗତ କାରଣ ଏବଂ…

ଆମେରିକା ସହ ବୈଷୟିକ ଆଲୋଚନା ହେବ ନାହିଁ: ଇରାନ

ତେହରାନ୍‌,୩୦।୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ କରିବା ଲାଗି ଚୁକ୍ତିନାମା କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ନିମନ୍ତେ ଆଗାମୀ ଦିନରେ ଆମେରିକା ଏବଂ ଇରାନର ବୈଷୟିକ ଟିମ୍‌ ମଧ୍ୟରେ ଆଲୋଚନା…

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri