ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୯ା୧୧(ସୁନିତ୍‌ ମିଶ୍ର):ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ରାଜ୍ୟର ବିକାଶ ପରିବର୍ତ୍ତେ ବ୍ୟକ୍ତିଗତ ଉନ୍ନତିକୁ ଅଧିକ ପ୍ରାଧାନ୍ୟ ଦେଇଛନ୍ତି। ଝାଡ଼ଖଣ୍ଡରେ ବର୍ତ୍ତମାନ ରୁଟି, ବେଟି ଓ ମାଟି ଉପରେ ଘୋର ସଙ୍କଟ ଦେଖାଦେଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶୁକ୍ରବାର ଝାଡ଼ଖଣ୍ଡର ନିର୍ବାଚନ ପ୍ରଚାର କରିବା ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ଚକ୍ରଧରପୁର ଓ ଚାଇଁବାସା ସମେତ ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ସମର୍ଥନରେ ପ୍ରଚାର କରିବା ସହ ଆୟୋଜିତ ରାଜନୈତିକ ସଭାକୁ ସମ୍ବୋଧନକରି କହିଛନ୍ତି, ଝାଡ଼ଖଣ୍ଡ ହେଉଛି ସମୃଦ୍ଧ ସଂସ୍କୃତି, ତ୍ୟାଗ, ଓ ବଳିଦାନର ମାଟି। ଏହି ରାଜ୍ୟର କୋଣ ଅନୁକୋଣରେ ସାହସିକତା, ବୀରତ୍ୱ, ତ୍ୟାଗର ଅନେକ କାହାଣୀ ରହିଛି। ଚକ୍ରଧରପୁରର ୧୮୫୭ର ସିପାହି ବିଦ୍ରୋହର ଅନ୍ୟତମ ନାୟକ ଶହୀଦ ଜଗୁ ଦିୱାନଙ୍କ ସମେତ ଅନେକ ମହାପୁରୁଷ ଏଠାରେ ଜନ୍ମ ଗ୍ରହଣ କରିଛନ୍ତି। ସେମାନଙ୍କ ତ୍ୟାଗ ଓ ବଳିଦାନ ପାଇଁ ଆମ ଦେଶ ସ୍ବତନ୍ତ୍ରତା ପାଇଛି। ପଦ୍ମଫୁଲରେ ଭୋଟ ଦେବା ପାଇଁ ଜନସାଧାରଣଙ୍କୁ ନିବେଦନକରି ସେ କହିଛନ୍ତି, ଭାଜପା ହେଉଛି ଗରିବ, ଦଳିତ, ପଛୁଆ ଓ ଆଦିବାସୀଙ୍କ ଦଳ। ଆଜି ଝାଡ଼ଖଣ୍ଡରେ ଯେତେବେଳେ ରୁଟି, ବେଟି ଓ ମାଟି ଉପରେ ଘୋର ସଙ୍କଟ ଦେଖାଦେଇଛି, ସେହି ସମୟରେ ରାଜ୍ୟ ସଂସ୍କୃତିର ସୁରକ୍ଷା ଏବଂ ନିରନ୍ତର ବିକାଶ ପାଇଁ ଭାଜପା ପ୍ରତିଶ୍ରୁତିବଦ୍ଧ। ଜନଜାତି, ମହିଳା, ଯୁବକଙ୍କ ଅଧିକାର ଓ ସ୍ବାର୍ଥ ଏବଂ ’ରୁଟି ବେଟି ଓ ମାଟି’ର ସୁରକ୍ଷା ପାଇଁ ଭାଜପା ଏକମାତ୍ର ବିକଳ୍ପ। ଚଳିତ ନିର୍ବାଚନରେ ନାଗରିକମାନେ ପଦ୍ମ ଫୁଲରେ ଭୋଟ୍‌ ଦେଇ ହେମନ୍ତ ସରକାରଙ୍କ ଲୁଟ ବ୍ୟବସ୍ଥା ଉପରେ ସମ୍ପୂର୍ଣ୍ଣ ତାଲା ପକାଇ ଦେବାକୁ ମନ ବଳାଇ ସାରିଛନ୍ତି। ଝାଡଖଣ୍ଡ ନିର୍ବାଚନ ପ୍ରଚାର କରିବା ସମୟରେ ଧର୍ମେନ୍ଦ୍ର ଚକ୍ରଧରପୁର କେରା ସ୍ଥିତ ଓଡ଼ିଆ ମଧ୍ୟ ବିଦ୍ୟାଳୟ ପରିସରରେ ତ୍ୟାଗ ଓ ସେବାର ମୂର୍ତ୍ତିମନ୍ତ ପ୍ରତୀକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ଥାନୀୟ ଜଗନ୍ନାଥ ମନ୍ଦିରକୁ ଯାଇ କାର୍ଯ୍ୟକର୍ତ୍ତାଙ୍କ ସହ ଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri