ବିଏସ୍‌କେୱାଇକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୧୪ା୪(ଅନିଲ ଦାସ)୧୦ ବର୍ଷ କେନ୍ଦ୍ରମନ୍ତ୍ରୀ ଥାଇ ମଧ୍ୟ ଧର୍ମେନ୍ଦ୍ର ପ୍ରଧାନଙ୍କର ଓଡ଼ିଶା ପାଇଁ ଅବଦାନ ଶୂନ ା ସାରା ରାଜ୍ୟ କଥା ଛାଡ଼ନ୍ତୁ, ନିଜ ଅଞ୍ଚଳ ପାଇଁ କ’ଣ କରିଛନ୍ତି, ତା’ର ହିସାବ ଦେବାକୁ ସେ ପଛଘୁଞ୍ଚା ଦିଅନ୍ତି ା ଆଉ ଏବେ ନିଜର ବିଫଳତାକୁ ଲୁଚାଇବାକୁ ସେ ମିଛ କହିବା ଆରମ୍ଭ କରିଛନ୍ତି, ଯାହା ତାଙ୍କ ମୁହଁରେ ଆଦୌ ଶୋଭା ପାଉନାହିଁ ବୋଲି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ତଥା ଏମ୍‌ପି ସସ୍ମିତ ପାତ୍ର କହିଛନ୍ତି ା
ଶନିବାର ଗଣମାଧ୍ୟମକୁ ସସ୍ମିତ କହିଛନ୍ତି ଯେ ସାରା ଦେଶରେ ବିଏସ୍‌କେୱାଇ ଏକ ଶ୍ରେଷ୍ଠ ଯୋଜନା ା ଏଥିରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଏବଂ ପୁରୁଷଙ୍କୁ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳୁଛି ା ଅନ୍ୟ କୌଣସି ରାଜ୍ୟରେ ଏଭଳି ସୁବିଧା ନାହିଁ ା ହେଲେ ଏହାକୁ ବନ୍ଦ କରିବାକୁ ଧର୍ମେନ୍ଦ୍ର ରୀତିମତ ଷଡ଼ଯନ୍ତ୍ର ଚଳାଇଛନ୍ତି ା ସାଧାରଣ ଗରିବ ଲୋକଟିଏ ମାଗଣାରେ ଚିକିତ୍ସା ପାଇଲେ କେନ୍ଦ୍ରମନ୍ତ୍ରୀଙ୍କୁ କାହିଁକି କଷ୍ଟ ହେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି ା
କେନ୍ଦ୍ରମନ୍ତ୍ରୀ ଯଦି ଭାବୁଛନ୍ତି ବିଏସ୍‌କେୱାଇ ଓଡ଼ିଶାବାସୀଙ୍କ ପାଇଁ ଖରାପ ଯୋଜନା, ତେବେ ସେ ନିଜ ଦଳର ଇସ୍ତାହାରର ୧ ନମ୍ବର ପଏଣ୍ଟରେ କୁହନ୍ତୁ ଏହି ଯୋଜନାକୁ ବନ୍ଦ କରିଦେବେ ା ଥରେ ଏହି ପ୍ରତିଶ୍ରୁତି ଦେଇ ଦେଖନ୍ତୁ, ଓଡ଼ିଶାବାସୀ ତାହାର ଉଚିତ ଜବାବ ଦେଇଦେବେ ା
କେନ୍ଦ୍ରରେ ୧୦ ବର୍ଷ ମନ୍ତ୍ରୀ ଥାଇ ମଧ୍ୟ ନିଜ ଅଞ୍ଚଳ ଦେଇ ଯାଇଥିବା ଏନ୍‌ଏଚ୍‌-୫୫ର କାମ ସାରିପାରିଲେ ନାହିଁ ା ଆମେ ଆଶା କରୁଛୁ ସେହି ରାସ୍ତା ଦେଇ ଧର୍ମେନ୍ଦ୍ର ଯାଇଥିବେ ଏବଂ ନିଜର ବିଫଳତାକୁ ଅନୁଭବ କରିଥିବେ ା ଏହି ରାଜପଥରେ ପ୍ରତିଦିନ ଲୋକେ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି ଓ ଦୁର୍ଘଟଣାରେ ପ୍ରତି ବର୍ଷ ଅନେକ ଲୋକ ପ୍ରାଣ ହରାଉଛନ୍ତି ା ଯିଏ ସାମାନ୍ୟ ରାସ୍ତା କାମଟିଏ ସାରିପାରିଲେ ନାହିଁ, ସେ ଏବେ ଲୋକଲଜ୍ଜାରୁ ବଞ୍ଚିିବା ପାଇଁ ତୁଚ୍ଛା ଭାଷଣ ମାରୁଛନ୍ତି ା ଧର୍ମେନ୍ଦ୍ରଙ୍କୁ ଆମର ଅନୁରୋଧ ଦୟାକରି ବିଭ୍ରାନ୍ତିକର ତଥ୍ୟ ଦେଇ ଲୋକହସା ହେବାରୁ କ୍ଷାନ୍ତ ରୁହନ୍ତୁ ା


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?