ପଞ୍ଚଭୂତରେ ବିଲୀନ ହେଲେ ଧର୍ମେନ୍ଦ୍ର: ବଡ଼ପୁଅ ଦେଲେ ମୁଖାଗ୍ନି

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତ ହୋଇଛି। ସେ ୮୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଧର୍ମେନ୍ଦ୍ର ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ପରେ ତାଙ୍କୁ ଡିସଚାର୍ଜ କରାଯାଇ ଘରକୁ ଅଣାଯାଇଥିଲା। ଧର୍ମେନ୍ଦ୍ରଙ୍କ ଶେଷକୃତ୍ୟ ମୁମ୍ବାଇର ଭିଲେ ପାର୍ଲେ ଶ୍ମଶାନରେ କରାଯାଇଥିଲା। ତାଙ୍କ ବଡ଼ ପୁଅ ସନି ଦେଓଲ ଅନ୍ତିମ ସଂସ୍କାର କରିଥିଲେ। ତାଙ୍କ ସମଗ୍ର ପରିବାର ଏଥିରେ ଯୋଗ ଦେଇଥିଲେ। ଧର୍ମେନ୍ଦ୍ରଙ୍କ ଦ୍ୱିତୀୟ ପତ୍ନୀ ହେମା ମାଳିନୀ ମଧ୍ୟ ଧଳା ପୋଷାକ ପିନ୍ଧି ପହଞ୍ଚିଥିଲେ।
ଧର୍ମେନ୍ଦ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଶ୍ମଶାନରେ ଅନେକ ସେଲିବ୍ରିଟି ପହଞ୍ଚିଲେ। ଅମିର ଖାନ, ଅମିତାଭ ବଚ୍ଚନ, ଅଭିଷେକ ବଚ୍ଚନ ଏବଂ ଅନେକ ଅଭିନେତା ଶେଷ ଶ୍ରଦ୍ଧାଞ୍ଜଳି ଦେବାକୁ ପହଞ୍ଚିଲେ।
ଧର୍ମେନ୍ଦ୍ରଙ୍କ କ୍ୟାରିଅର ହିନ୍ଦୀ ସିନେମାରେ ପ୍ରାୟ ଛଅ ଦଶନ୍ଧି ବ୍ୟାପିଥିଲା। ସେ ବଲିଉଡର ‘ହି-ମ୍ୟାନ’ ଭାବରେ ଜଣାଶୁଣା ଥିଲେ। ସେ ୧୯୬୦ ମସିହାରେ ‘ଦିଲ ଭି ତେରା ହମ ଭି ତେରେ’ ଫିଲ୍ମ ସହିତ ତାଙ୍କର କ୍ୟାରିଅର ଆରମ୍ଭ କରିଥିଲେ। ଏହା ପରେ ସେ ’ଶୋଲା ଅର ଶବନମ’, ‘ପୂଜା କେ ଫୁଲ’, ‘ହକିକତ୍‌’, ‘ଅନୁପମା’, ‘ଖାମୋସି’, ଶୋଲେ।

ତାଙ୍କର ଉଲ୍ଲେଖନୀୟ ଅଭିନୟ ପାଇଁ ଧର୍ମେନ୍ଦ୍ରଙ୍କୁ ଅନେକ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ୨୦୧୨ରେ ତାଙ୍କୁ ଭାରତ ସରକାରଙ୍କ ତୃତୀୟ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମ ଭୂଷଣ ପ୍ରଦାନ କରାଯାଇଥିଲା। ସେ ଅନେକ ଫିଲ୍ମଫେୟାର ପୁରସ୍କାର ମଧ୍ୟ ଜିତିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri