ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ସ୍ବାଧିନତାର ୭୫ ବର୍ଷ ପରେ ଭୋଟର ତାଲିକା ଠିକ୍‌ ଭାବେ ପ୍ରସ୍ତୁତ ନ କରିପାରିବା ଚିନ୍ତା ଓ ପରିତାପର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି କହିଛନ୍ତି। ଧର୍ମେନ୍ଦ୍ର ମଙ୍ଗଳବାର ଟୁଇଟ୍‌ରେ ଦର୍ଶାଇଛନ୍ତି ଯେ, ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ପ୍ରକ୍ରିୟାରେ ଅନେକ ସ୍ଥାନରେ ଭୋଟର୍‌ ତାଲିକାରେ ତ୍ରୁଟି ଏବଂ ଯୋଗ୍ୟ ମତଦାତା ନିଜର ଗଣତାନ୍ତ୍ରିତ ଅଧିକାର ସାବ୍ୟସ୍ତ କରିବାରେ ଅସମର୍ଥ ହେବା ଖବର ଦୁଃଖଦାୟକ ଓ ଗଣତନ୍ତ୍ର ପାଇଁ ଶୁଭ ଖବର ନୁହେଁ। କିଛିଦିନ ପୂର୍ବରୁ ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର କିଛି ବୁଥ୍‌ରେ ଡଙ୍ଗରିଆ ଭଉଣୀ,ଭାଇମାନଙ୍କ ପାଖରେ ଭୋଟ ପରିଚୟ ପତ୍ର ଥାଇ ମଧ୍ୟ ନିଜ ନାଁ ତାଲିକାରେ ସାମିଲ କରିବା ପାଇଁ ପ୍ରତିବାଦର ଦୃଶ୍ୟ ଦେଖି କଷ୍ଟ ଲାଗିଥିଲା। ଓଡିଶାର ବିଭିନ୍ନ ଜିଲାରେ ପଡୋଶୀ ରାଜ୍ୟଗୁଡିକ ସହ ଥିବା ସୀମା ବିବାଦ ଅଞ୍ଚଳର ଭଉଣୀ, ଭାଇମାନଙ୍କ ନାଁ ଭୋଟର ତାଲିକାରେ ନ ଥିବା ଯୋଗୁ ସେମାନଙ୍କ ପ୍ରତିବାଦର ସ୍ବର ଦେଖିବାକୁ ମିଳୁଛି। ରାଜ୍ୟ ସରକାରଙ୍କ ଖାମଖିଆଲ ଓ ମନମୁଖୀ କାର୍ଯ୍ୟ ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳର ଲୋକମାନେ ସେମାନଙ୍କ ସାମ୍ବିଧାନିକ ଅଧିକାର ସାବ୍ୟସ୍ତ କରିବାରୁ ବଞ୍ଚିତ ହେଉଛନ୍ତି। ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଏବଂ ଏହାକୁ ନିର୍ଭୁଲ କରିବା ପାଇଁ ଦାୟିତ୍ୱବାନ ଏବଂ ନିଷ୍ଠାପର ଭାବେ କାର୍ଯ୍ୟ କରିବା ଉଚିତ୍‌। ପ୍ରାୟ ସବୁ ଜିଲାରେ ଭୋଟର ତାଲିକାରେ ଯୋଗ୍ୟ ଭୋଟରଙ୍କ ନାମ ତାଲିକାରେ ତ୍ରୁଟି ଥିବା ଖବର ମିଳୁଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ସମୀକ୍ଷା କରାଯାଉ ଏବଂ ଦୋଷୀଙ୍କ ବିରୋଧରେ ରାଜ୍ୟ ନିର୍ବାଚନ ଆୟୋଗ ଓ ପ୍ରଶାସନ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଆଶା କରୁଥିବା ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?