ବିିଏସ୍‌କେୱାଇକୁ ନେଇ ରାଜନୀତି କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୧୭ା୪(ଅନିଲ ଦାସ):ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ସ୍ବାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି। ଲୋକେ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି, ଯାହାର କୌଣସି ସୀମା ନାହିଁ। ବିଏସ୍‌କେୱାଇରେ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଏବଂ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କା ରହିଛି। ହେଲେ ଗରିବ ଲୋକଙ୍କୁ ମିଳୁଥିବା ଏହି ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜନୀତି କରୁଛନ୍ତି ବୋଲି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ତଥା ସାଂସଦ ସସ୍ମିତ ପାତ୍ର କହିଛନ୍ତି।
ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ଯେ ସରକାରୀ ଡାକ୍ତରଖାନାରେ କୌଣସି ସୀମା ନ ଥାଇ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି। ବିଏସ୍‌କେୱାଇ ପାଇଁ ଓଡ଼ିଶାରେ ୬୫୨ ଡାକ୍ତରଖାନା ଏବଂ ୧୬ ରାଜ୍ୟର ୧୬୪ ପ୍ରମୁଖ ଡାକ୍ତରଖାନା ତାଲିକାଭୁକ୍ତ ହୋଇଛି। ଗତ ବର୍ଷକ ମଧ୍ୟରେ ଓଡ଼ିଶାରେ ୩୬ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସିତ ହୋଇଛନ୍ତି। ବିଏସ୍‌କେୱାଇ ଯୋଗୁ ଓଡ଼ିଶା ଲୋକଙ୍କର ଗୋଟିଏ ବର୍ଷରେ ୩ ହଜାର କୋଟିରୁ ଅଧିକ ଟଙ୍କା ସଞ୍ଚୟ ହୋଇପାରିଛି, ଯାହାକୁ ସେମାନେ ନିଜର ସାମାଜିକ-ଅର୍ଥନୈତିକ ବିକାଶ ପାଇଁ ବ୍ୟବହାର କରିପାରିବେ।
ଗତ ୧ ବର୍ଷ ମଧ୍ୟରେ ବିଏସ୍‌କେୱାଇ ମାଧ୍ୟମରେ ଦେଶର ବିଭିନ୍ନ ରାଜ୍ୟରେ ପ୍ରାୟ ଦେଢ଼ ଲକ୍ଷ ଲୋକଙ୍କୁ ଚିକିତ୍ସା କରାଯାଇଛି। ବିଏସ୍‌କେୱାଇ କାରଣରୁ ସେମାନେ ଗତ ୧ ବର୍ଷ ମଧ୍ୟରେ ପ୍ରାୟ ୩୮୫ କୋଟି ଟଙ୍କା ସଞ୍ଚୟ କରିପାରିଛନ୍ତି। କିନ୍ତୁ ଓଡ଼ିଶା ଭାଜପା ବିଧାୟକ ଏବଂ ବିଶେଷକରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମକୁ ବନ୍ଦ କରିବା ପାଇଁ ଷଡ଼ଯନ୍ତ୍ର କରୁଛନ୍ତି। ଯଦି ଓଡ଼ିଶାବାସୀ ବିଏସ୍‌କେୱାଇ ସ୍ବାସ୍ଥ୍ୟ କାର୍ଡରୁ ଉପକୃତ ହେଉଛନ୍ତି, ତେବେ କେନ୍ଦ୍ରମନ୍ତ୍ରୀଙ୍କୁ କାହିଁକି କଷ୍ଟ ହେଉଛି ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି। ଓଡ଼ିଶାରେ ପ୍ରାୟ ୩୬ ଲକ୍ଷ ରୋଗୀ ଚିକିତ୍ସିତ ହୋଇଥିବା ବେଳେ ରାଜ୍ୟ ବାହାରେ ଦେଢ଼ ଲକ୍ଷ ରୋଗୀ ଚିକିତ୍ସିତ ହୋଇଛନ୍ତି। ଧର୍ମେନ୍ଦ୍ର କ’ଣ ଚାହୁଁଛନ୍ତି ଏହି ଲକ୍ଷ ଲକ୍ଷ ଓଡ଼ିଆ ବିଏସ୍‌କେୱାଇ ସ୍ବାସ୍ଥ୍ୟ କାର୍ଡ ଜରିଆରେ ଯେଉଁ ଚିକିତ୍ସା ସୁବିଧା ପାଉଛନ୍ତି, ତାହା ନ ପାଆନ୍ତୁ। ଯଦି ବିଏସ୍‌କେୱାଇ ଏକ ଖରାପ କାର୍ଯ୍ୟକ୍ରମ, ତେବେ ତାଙ୍କ ଦଳର ଇସ୍ତାହାରର ଏକ ନମ୍ବରରେ ସେ କୁହନ୍ତୁ ଯେ ସେମାନେ ବିଏସ୍‌କେୱାଇ ସ୍ବାସ୍ଥ୍ୟ କାର୍ଡକୁ ବନ୍ଦ କରିଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri