ଜନ୍ମମାଟିର ବିକାଶ ପାଇଁ ଧର୍ମେନ୍ଦ୍ର କିଛି କରିନାହାନ୍ତି: ବିଜେଡି

ଭୁବନେଶ୍ୱର,୨୭ା୬(ଅନିଲ ଦାସ): ଜନ୍ମମାଟି ଢେଙ୍କାନାଳ ଓ ଅନୁଗୋଳରବିକାଶକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ଟାର୍ଗେଟ କରିଛି। ଗତ ୯ ବର୍ଷର କେନ୍ଦ୍ରମନ୍ତ୍ରିତ୍ୱ କାଳରେ ଏହି ଦୁଇଜିଲା ପାଇଁ ଧର୍ମେନ୍ଦ୍ର କିଛି କରି ନାହାନ୍ତି ବୋଲି ଢେଙ୍କାନାଳ ଏମ୍‌ପି ମହେଶ ସାହୁ କହିଛନ୍ତି ।
ଶଙ୍ଖ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ ଅଭିଯୋଗ କରିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ୯ ବର୍ଷ ଧରି କାର୍ଯ୍ୟ କରୁଛନ୍ତି । କଟକରୁ ସମ୍ବଲପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଢେଙ୍କାନାଳ ଏବଂ ଅନୁଗୋଳ ଦେଇ ସାଧାରଣ ଜନତା, ରୋଗୀ, ଅଫିସ୍‌ ଯାଉଥିବା ଲୋକେ, ସ୍କୁଲ ଏବଂ କଲେଜ ଯାଉଥିବା ଛାତ୍ରୀଛାତ୍ରମାନେ ଯନ୍ତ୍ରଣା ଭୋଗୁଛନ୍ତି । ଏହାର ଉନ୍ନତି ପାଇଁ ୯ ବର୍ଷରେ କ’ଣ କରିଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ଗତ ୯ ବର୍ଷ ମଧ୍ୟରେ ଢେଙ୍କାନାଳ ଓ ଅନୁଗୋଳ ଲୋକଙ୍କ ପାଇଁ ରେଲଓ୍ବେର କୌଣସି ବିକାଶ ହୋଇନାହିଁ । ଏହି ଦୁଇ ୨ ଜିଲାରୁ ରେଳବାଇ ସର୍ବାଧିକ ରାଜସ୍ବ ସଂଗ୍ରହ କରୁଛି। ତାଳଚେର-ବିମଳାଗଡ ରେଳପଥର ଅଗ୍ରଗତି ହୋଇପାରିଲା ନାହିଁ । ତାଳଚେର ରେଳଷ୍ଟେସନ ଏବେ ବି ମାଲବାହୀ ଷ୍ଟେସନ ହୋଇ ରହିଛି। ଟେଲି ଯୋଗାଯୋଗ ଏବଂ ବ୍ୟାଙ୍କିଙ୍ଗ୍‌ ସେବା ମଧ୍ୟ ଦୟନୀୟ । ଦେଶର ଶିକ୍ଷାମନ୍ତ୍ରୀ ହେବା ପରେ ଜିଲାରେ କେତେ କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ନବୋଦୟ ବିଦ୍ୟାଳୟ ଖୋଲାଯାଇଛି, ଶିକ୍ଷାମନ୍ତ୍ରୀ ହେବା ଦ୍ୱାରା ସେହି ଜିଲା କିପରି ଲାଭବାନ ହୋଇଛି। ଓଡ଼ିଶା ସରକାର ୫-ଟି ମାଧ୍ୟମରେ ବିଦ୍ୟାଳୟଗୁଡ଼ିକୁ ରୂପାନ୍ତରଣ କରୁଛନ୍ତି ା ଆପଣ ନିଜ ଗାଁ ବିଦ୍ୟାଳୟକୁ ୫-ଟି ସ୍ତରୀୟ ବିଦ୍ୟାଳୟ ପରି ରୂପାନ୍ତରଣ କରିଛନ୍ତି କି ବୋଲି ମହେଶ କହିଛନ୍ତି।
ଢେଙ୍କାନାଳ-ଅନୁଗୋଳ ଅଞ୍ଚଳରେ କୌଣସି ନୂତନ ରାଷ୍ଟ୍ରାୟତ୍ତ ସଂସ୍ଥା (ପିଏସ୍‌ୟୁ) ଆରମ୍ଭ କରାଯାଇ ନାହିଁ। ପେଟ୍ରୋଲିୟମ ମନ୍ତ୍ରୀ ହୋଇଥିଲେ ମଧ୍ୟ ଢେଙ୍କାନାଳକୁ ଗୋଟିଏ ପିଏସ୍‌ୟୁ ଆସିପାରି ନାହିଁ । ଢେଙ୍କାନାଳ-ଅନୁଗୋଳ ଅଞ୍ଚଳରେ ଲୋକମାନେ ଏମ୍‌ସିଏଲ୍‌ ଓ ନାଲ୍‌କୋ ପାଇଁ ଜମି ହରାଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କୁ ଚାକିରି ମିଳିନାହିଁ । ଏମ୍‌ସିଏଲ୍‌ ତାଳଚେରରେ ଦୁର୍ନୀତି ହେଉଛି । ଏଥିପ୍ରତି କେନ୍ଦ୍ର ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଏହାକୁ ରୋକିବା ପାଇଁ କ’ଣ କରିଛନ୍ତି। ଆଙ୍କାକ୍ଷା ଜିଲା ତାଲିକାରେ ଥିବା ଢେଙ୍କାନାଳ ଜିଲାରେ ମେଡିକାଲ କଲେଜଟିଏ ସ୍ବପ୍ନହୋଇ ରହିଗଲା । ନିର୍ବାଚିତ ହୋଇ ଆସିଥିବା ମଧ୍ୟପ୍ରଦେଶ ଏବଂ ବିହାର ପାଇଁ ଆପଣଙ୍କ ପ୍ରତିବଦ୍ଧତା ରହିଛି । ସେଥିପାଇଁ ଆପଣ ସେଠାରେ ଧ୍ୟାନ ଦେଉଛନ୍ତି । କିନ୍ତୁ ଆପଣ ଜନ୍ମ ହୋଇଥିବା ଢେଙ୍କାନାଳ-ଅନୁଗୋଳ ଜିଲାରେ କିଛି କରୁନାହାନ୍ତି ା ଯେତେବେଳେ ନିର୍ବାଚନ ଆସେ, ଏଠାକୁ ରାଜନୀତି କରିବାକୁ ଆସନ୍ତି ବୋଲି ମହେଶ କହିଛନ୍ତି  । ଏହି ଖବରଦାତା ସମ୍ମିଳନୀରେ ବିଜେଡି ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri