ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ ହେବ। ଢେଙ୍କାନାଳ ଲୋକ ସଭା ପାଇଁ ଭାଜପା ଏମ୍‌ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣିଙ୍କ ପ୍ରାର୍ଥତ୍ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେଇ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି।
କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଏଠି ଗାଁରେ ପିଇବାକୁ ପାଣି ନାହିଁ। ଚାଷ ପାଇଁ ଜଳସେଚନର ବ୍ୟବସ୍ଥା ନାହିଁ। ଢେଙ୍କାନାଳରେ ମଞ୍ଜୁରୀ ପଦ ଅନୁଯାୟୀ ବହୁ ଡାକ୍ତର ପଦବୀ ଖାଲି ପଡିଛି। ଯିଏ ପାଣି ମୁନ୍ଦେ ଦେଇପାରୁନି, ତାକୁ ଶାସକ କହିବ ନା, ଆଲିବାବା ଚାଲିସ୍‌ଚୋର କହିବା। ଅବଶ୍ୟ ଜଣେ କେହି ବାହାରିଆ ଲୋକ ପଛ କବାଟରେ ଆସି ନିଜକୁ ଉତ୍ତରାଧିକାରୀ କହୁଛନ୍ତି। କିନ୍ତୁ ନବୀନ ପଟ୍ଟନାୟକ କେବେ ନିଜର ଉତ୍ତରାଧିକାରୀ କଥା କହିନାହାନ୍ତି। ଲୋକେ ଏହାର ଜବାବ ଦେବେ। ଏହି ନିର୍ବାଚନରେ ତାଙ୍କ ଗୁରୁ ତଥା ମାର୍ଗଦର୍ଶକ ଏମ୍‌ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣିଙ୍କ ସମେତ ଢେଙ୍କାନାଳ ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପାତ୍ର, କାମାକ୍ଷାନଗର ବିଧାୟକ ପ୍ରାର୍ଥୀ ଶତ୍ରୁଘ୍ନ ଜେନା, ପରଜଙ୍ଗ ବିଧାୟକ ପ୍ରାର୍ଥୀ ବିଭୂତି ଭୂଷଣ ପ୍ରଧାନ, ହିନ୍ଦୋଳ ବିଧାୟିକା ପ୍ରାର୍ଥୀ ସୀମାରାଣୀ ନାୟକ, ଅନୁଗୋଳ ବିଧାୟକ ପ୍ରାର୍ଥୀ ପ୍ରତାପ ପ୍ରଧାନ, ତାଳଚେର ବିଧାୟକ ପ୍ରାର୍ଥୀ କାଳନ୍ଦି ସାମଲ ଓ ପାଲଲହଡା ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତି ବିଜୟୀ ହେବେ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri