ଓଡ଼ିଶାରେ ଧର୍ମେନ୍ଦ୍ର: ନୂଆପଡ଼ା ନିର୍ବାଚନକୁ ନେଇ କହିଦେଲେ ଏମିତି କଥା

ଭୁବନେଶ୍ୱର, ୨୨ା୧୧(ସୁନିତ୍‌ ମିଶ୍ର):ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏ ମେଣ୍ଟର ଐତିହାସିକ ବିଜୟ ପରେ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରର ବିମାନବନ୍ଦରରେ ଉଚ୍ଛ୍ବସ୍ବିତ ଓ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ହଜାର ହଜାର ଜନସାଧାରଣ, ଦଳୀୟ କାର୍ଯ୍ୟକର୍ତ୍ତା ଏବଂ ସମର୍ଥକମାନେ ତାଙ୍କୁ ସ୍ବାଗତ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଧର୍ମେନ୍ଦ୍ର କହିଛନ୍ତି, ବିହାରରେ ଏନ୍‌ଡିଏ ମେଣ୍ଟର ଅଭୂତପୂର୍ବ ବିଜୟ ପାଇଁ ସେଠାର ଜନସାଧାରଣଙ୍କୁ ଧନ୍ୟବାଦ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସାଙ୍ଗଠନିକ ଦକ୍ଷତା, ବିହାରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱ ପାଇଁ ଜନସାଧାରଣ ତାଙ୍କୁ ପୁଣିଥରେ ଆଶୀର୍ବାଦ କରିଛନ୍ତି। ପ୍ରଧାନମନ୍ତ୍ରୀ ପୂର୍ବ ଭାରତର ବିକାଶ ପାଇଁ ପୂର୍ବୋଦୟର କଳ୍ପନା କରିଛନ୍ତି। କାରଣ ପୂର୍ବ ଭାରତର ବିକାଶ ନ ହେଲେ ଭାରତର ବିକାଶ ହେବନାହିଁ। ବିହାରରେ ପୁଣି ଥରେ ଏନ୍‌ଡିଏ ସରକାର କରି ସେବା କରିବା ଲାଗି ସୁଯୋଗ ପାଇବା ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱକୁ ବଡ଼ ସ୍ବୀକୃତି। ବର୍ତ୍ତମାନ ଦେଶରେ ଏକ କଲ୍ୟାଣକାରୀ ଶାସନ ପ୍ରଣାଳୀ ଚଲାଇଥିବାରୁ ପ୍ରଧାନମନ୍ତ୍ରୀ ଲୋକଙ୍କର ଆସ୍ଥାଭାଜନ ହୋଇପାରିଛନ୍ତି। କଂଗ୍ରେସର ଦେଶକୁ ବିଭାଜନ କରିବାର ଯେଉଁ ନକାରାତ୍ମକ ରାଜନୀତି ଅଛି, ଏହାକୁ ଲୋକମାନେ ପ୍ରତ୍ୟାଖ୍ୟାନ କରିଛନ୍ତି। ଅପରପକ୍ଷରେ ନୂଆପଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ବହୁତ ବଡ ବ୍ୟବଧାନରେ ବିଜୟ ହୋଇଥିବାରୁ ସେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଓଡ଼ିଶାର ପାରମ୍ପରିକ ନୃତ୍ୟ ଓ ସଙ୍ଗୀତର ଏକ ରଙ୍ଗିନ ପରିବେଶ ସୃଷ୍ଟି ହୋଇଥିଲା। କଳାକାରମାନେ ପାରମ୍ପରିକ ପୋଷାକରେ ସଜ୍ଜିତହୋଇ ଘଣ୍ଟ, ଶଙ୍ଖ ଓ ମୃଦଙ୍ଗର ତାଳେ ତାଳେ ନୃତ୍ୟ ପ୍ରଦର୍ଶନ କରି କେନ୍ଦ୍ରମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ଫୁଲମାଳ, ଉଲ୍ଲାସପୂର୍ଣ୍ଣ ଜୟଧ୍ୱନି ଏବଂ ପଟୁଆରରେ ବିମାନବନ୍ଦର ଅଞ୍ଚଳ ଦୁଲୁକି ଉଠିଥିଲା। ଏହା ବ୍ୟତୀତ ଧର୍ମେନ୍ଦ୍ର ବିମାନବନ୍ଦରରୁ ସିଧାସଳଖ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନକରିବା ସହ ଆଶୀର୍ବାଦ ନେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri