ମେଟା ସହ ‘ଶିକ୍ଷାରୁ ଉଦ୍ୟମିତା’ ଇନିସିଏଟିଭର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୫ା୯(ସୁନିତ୍‌ ମିଶ୍ର):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀଠାରେ ଶିକ୍ଷା ମନ୍ତ୍ରଣାଳୟ, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଓ ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ ମେଟା ମଧ୍ୟରେ ୩ ବର୍ଷିଆ ସହଭାଗିତା ‘ଶିକ୍ଷାରୁ ଉଦ୍ୟମିତା: ଏକ ପିଢ଼ିର ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଉଦ୍ୟମିତାଙ୍କୁ ସଶକ୍ତୀକରଣ କରିବା ଇନିସିଏଟିଭ୍‌କୁ ଲୋକାର୍ପଣ କରିଛନ୍ତି।
ଏହି ଅବସରରେ ରାଷ୍ଟ୍ରୀୟ ଉଦ୍ୟମିତା ଏବଂ ଲଘୁ ବ୍ୟବସାୟ ସଂସ୍ଥା(ଏନଆଇଇଏସବିୟୁଡି), ଅଖିଳ ଭାରତୀୟ ବୈଷୟିକ ପରିଷଦ(ଏଆଇସିଟିଇ) ଓ ସିବିଏସ୍‌ଇ ମଧ୍ୟରେ ୩ଟି ପୃଥକ୍‌ ଲେଟର ଅଫ୍‌ ଇଣ୍ଟେଣ୍ଟ ସ୍ବାକ୍ଷର ହୋଇଛି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ, ଭାରତକୁ ବିଶ୍ୱର ଦକ୍ଷତା ରାଜଧାନୀ ଭାବେ ପ୍ରସ୍ତୁତ କରିବା ସହ ଭାରତର ଅମୃତ ପିଢ଼ିଙ୍କୁ ସଶକ୍ତ କରିବାରେ ଆଉ ଏକ ନୂଆ ପଦକ୍ଷେପ। ‘ଶିକ୍ଷାରୁ ଉଦ୍ୟମିତା’ ଏକ ଗେମ୍‌ ଚେଞ୍ଜର। ଏହା ଡିଜିଟାଲ କୌଶଳକୁ ତୃଣମୂଳ ସ୍ତର ପର୍ଯ୍ୟନ୍ତ ନେବ। ଭାରତରେ ଥିବା ପ୍ରତିଭା ଭଣ୍ଡାରର କ୍ଷମତା ବୃଦ୍ଧି କରିବ। ଛାତ୍ରୀଛାତ୍ର, ଯୁବବର୍ଗ, ମାନବ ସମ୍ବଳ, ଲଘୁ ଉଦ୍ୟୋଗୀଙ୍କୁ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟା ସହ ନିରନ୍ତର ଯୋଡ଼ି ରଖିବ। ଏହା ଅମୃତ ପିଢ଼ିଙ୍କୁ ଆଗାମୀ ଭବିଷ୍ୟତ ସମସ୍ୟା ସମାଧାନର ସୂତ୍ରଧର ଏବଂ ଉଦ୍ୟମୀ ଭାବେ ପରିଣତ କରିବ। ଭାରତର ଡେମୋକ୍ରାସି, ଡେମୋଗ୍ରାଫି ଏବଂ ଡାଇଭରସିଟିକୁ ଟେକ୍ନୋଲୋଜି ସହ ଯୋଡ଼ା ହେବ। ଏହାଦ୍ୱାରା ସମାଜରେ ପ୍ରଯୁକ୍ତିବିଦ୍ୟା ସମାନ ଭାବେ କାମ କରିବ ବୋଲି ସେ କହିଛନ୍ତି। ମେଟାର ଗ୍ଲୋବାଲ ଆଫେୟାର୍ସର ସଭାପତି ନିକ୍‌ କ୍ଲେଗ ମାନବସମ୍ବଳ ଦିଗରେ ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ କହିଛନ୍ତି ଯେ, ଭାରତ ପ୍ରତିଭା ତଥା ଦ୍ରୁତ ଗତିରେ ଡିଜିଟାଲ ଗ୍ରହଣୀୟତା ଉଭା ହେଉଥିବା ପ୍ରଯୁକ୍ତିବିଦ୍ୟାରେ ପୁଞ୍ଜିନିବେଶ କରିବା ପାଇଁ ଏକ ଅନୁକୂଳ ବାତାବରଣ ପ୍ରଦାନ କରିଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri