ମୁଖ୍ୟମନ୍ତ୍ରୀ ରେସ୍‌ରୁ ବାଦ୍‌ ପଡ଼ିପାରନ୍ତି ଧର୍ମେନ୍ଦ୍ର, କାରଣ…

ଭୁବନେଶ୍ୱର,୮ା୬: ସଦ୍ୟ ସମାପ୍ତ ହୋଇଥିବା ସାଧାରଣ ନିର୍ବାଚନରେ ଭାଜପାକୁ ବହୁମତ ମିଳିଛି। ରାଜ୍ୟରେ ମଧ୍ୟ ଭାଜପା ସରକାର ଗଢ଼ିବ ବୋଲି ସ୍ଥିର ହୋଇଛି। ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ କୌଣସି ସ୍ପଷ୍ଟତା ଏ ପର୍ଯ୍ୟନ୍ତ ଆସିପାରୁନାହିଁ। ନେତାଙ୍କୁ ଭୋଟ୍‌ ଦେଇ ଜିତାଇଥିବା ଭୋଟରମାନେ ମଧ୍ୟ ଚାହିଁ ବସିଛନ୍ତି କିଏ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ। ପ୍ରଚାର ସମୟରେ ଭାଜପା ସରକାର ଗଠନ କରିବ ବୋଲି ଦୃଢ଼ ଦାବି କରିଆସୁଥିଲେ ହେଁ ମୁଖ୍ୟମନ୍ତ୍ରୀ କିଏ ହେବ ନାଁ ଘୋଷଣା କରି ନ ଥିଲା। ଜିତିବା ପରେ ମଧ୍ୟ ସ୍ପଷ୍ଟ ଭାବେ କାହା ନାଁ ଘୋଷଣା କରୁନାହିଁ। ସବୁକିଛି ନିର୍ଭର କରୁଛି ଦଳର ମୁଖିଆ ନରେନ୍ଦ୍ର ମୋଦିଙ୍କ ଉପରେ। ମୋଦି ଯାହାକୁ ଚାହିଁବେ ସେ ହିଁ ମୁଖ୍ୟମନ୍ତ୍ରୀ ହେବେ। ଇତିମଧ୍ୟରେ ଅନେକ ନେତାଙ୍କ ନାଁ ମଧ୍ୟ ଚର୍ଚ୍ଚା ହେଉଛି। ମୁଖ୍ୟମନ୍ତ୍ରୀ ପଦ ପାଇଁ ଆଗ ଧାଡ଼ିରେ ଧର୍ମେନ୍ଦ୍ର ପ୍ରଧାନ ଓ ମନମୋହନ ସାମଲଙ୍କ ନାଁ ରହିଛି ବୋଲି କିଛି ନେତା କହୁଛନ୍ତି।

କିନ୍ତୁ ଧର୍ମେନ୍ଦ୍ରଙ୍କ ପାଇଁ ଗୋଟିଏ ବଡ଼ ଅଡୁଆ ରହିଛି ବୋଲି କୁହାଯାଉଛି। କେନ୍ଦ୍ରରେ ସରକାର ଗଠନ ନେଇ ଭାଜପାକୁ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ମିଳି ନାହିଁ। ଅନ୍ୟ ସହଯୋଗୀ ଦଳକୁ ସାଥୀରେ ନେଇ ଭାଜପା କେନ୍ଦ୍ରରେ ସରକାର ଗଠନ କରିବାକୁ ଯାଉଛି। ଏ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ହେଲେ ଧର୍ମେନ୍ଦ୍ରଙ୍କୁ ଏମ୍‌ପି ପଦରୁ ଇସ୍ତଫା ଦେବାକୁ ପଡ଼ିବ। ସେ ଇସ୍ତଫା ଦେଲେ ସମ୍ବଲପୁରରେ ଉପନିର୍ବାଚନ ହେବ। ଯଦି ଉପଦନିର୍ବାଚନ ହୁଏ ତେବେ ଏହି ଆସନ ଯଦି ଭାଜପା ହାତରୁ ଖସିଯାଏ ତେବେ ଦଳ ପାଇଁ ସମସ୍ୟା ସୃଷ୍ଟି ହେବ। ତେଣୁ ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀ ରେସ୍‌ରୁ ବାଦ୍‌ ପଡ଼ିପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?