ଧର୍ମେନ୍ଦ୍ର, ମୋହନ, ମୁଁ ଏକାଠି ଆସିଥିଲୁ, ବିଧାନସଭାରେ କାହିଁକି ଏପରି କହିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭ା୧୧: ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରି ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ନିଜ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିବା ଏହି ଗୃହରେ ଉପସ୍ଥିତ ରହି ସେ ବହୁତ ଆନନ୍ଦିତ ବୋଲି କହିଥିଲେ।

ନିଜ ସମ୍ବୋଧନରେ ରାଷ୍ଟ୍ରପତି ନିଜ ପୂର୍ବ ଅଭିଜ୍ଞତା ବଖାଣିବା ସହ ବିଧାୟକମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଥିଲେ। ରାଷ୍ଟ୍ରପତି କହିଥିଲେ, “ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ମୁଁ ଏଠାରେ ପହଞ୍ଚି ପାରି ନ ଥାନ୍ତି।” ସେ କହିଥିଲେ ଯେ ସେ ଏହି ଗୃହରେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛନ୍ତି ଏବଂ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ମଧ୍ୟ ଦେଇଛନ୍ତି।

୨୦୦୦ ମସିହାରେ ନିର୍ବାଚିତ ହୋଇ ଆସିଥିବା ସାଥୀମାନଙ୍କୁ ସ୍ମରଣ କରି ସେ କହିଥିଲେ, “ଧର୍ମେନ୍ଦ୍ର, ମୋହନ ଆଉ ମୁଁ ୨୦୦୦ରେ ଏକାଠି ଆସିଥିଲୁ।” ଗ୍ୟାଲେରୀରେ ବସିଥିବା ପୂର୍ବତନ ବିଧାୟକଙ୍କୁ ପାଖରେ ପାଇ ସେ ଆବିଭୂତ ହୋଇଥିଲେ।

ସେ ଓଡ଼ିଶାର ଗୌରବମୟ ଇତିହାସକୁ ମନେ ପକାଇବା ସହ କଳିଙ୍ଗ ଚଣ୍ଡାଶୋକଙ୍କୁ ଧର୍ମାଶୋକରେ ପରିଣତ କରିଛି ବୋଲି କହିଥିଲେ। ସେ ମହତାବ, ବିଜୁ ପଟ୍ଟନାୟକଙ୍କ ସମେତ ବହୁ ନିର୍ମାତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ରାଷ୍ଟ୍ରପତି କହିଥିଲେ ଯେ ଓଡ଼ିଶା ସବୁ ପ୍ରକାର ସମ୍ବଳରେ ପରିପୂର୍ଣ୍ଣ। ଏଣୁ ଏହାକୁ ଏକ ଅଗ୍ରଣୀ ପ୍ରଦେଶରେ ପରିଣତ କରାଯାଇ ପାରିବ।

ସେ ବିଧାୟକମାନଙ୍କୁ ଆହ୍ୱାନ ଦେଇଥିଲେ ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଏବଂ ଓଡ଼ିଶାର ପ୍ରଗତିକୁ ଜୀବନର ବ୍ରତ ଭାବେ ଗ୍ରହଣ କରନ୍ତୁ। ସେ କହିଥିଲେ ଯେ, “ପ୍ରଜାମାନେ ଅନେକ ସ୍ୱପ୍ନ ନେଇ ଆପଣଙ୍କୁ ପଠାଇଛନ୍ତି। ସେମାନଙ୍କ ମୁହଁରେ ହସ ଫୁଟାଇବା ଆପଣଙ୍କ କର୍ତ୍ତବ୍ୟ।”

ଗୃହର ମର୍ଯ୍ୟାଦା ରକ୍ଷା କରିବାକୁ କହି ସେ କହିଥିଲେ: “ଗୃହରେ ଆପଣଙ୍କ ଉଚ୍ଚାରଣ ଓ ଆଚରଣ ଭଲ ରହିବା ଉଚିତ, କାରଣ ଆଜିର ଟେକ୍ନୋଲୋଜି ଜରିଆରେ ତାହା ସମସ୍ତେ ଦେଖୁଛନ୍ତି।”

ଓଡ଼ିଶା ବିଧାନସଭାରେ ନାରୀଙ୍କ ପ୍ରତିନିଧିତ୍ୱ ବୃଦ୍ଧି ପାଇଥିବାରୁ ଏବଂ ଜଣେ ମହିଳା ବାଚସ୍ପତି ଗୃହକୁ ଚଳାଉଥିବାରୁ ସେ ଖୁସି ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri