ଭାଜପାର ଐତିହାସିକ ବିଜୟକୁ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର: କହିଲେ…

ଭୁବନେଶ୍ୱର, ୧୫।୧୧(ସୁନିତ୍‌ ମିଶ୍ର):ବିହାରର ଜନତା ପୁଣିଥରେ ପ୍ରମାଣିତ କରିଛନ୍ତି, ବିକାଶ, ସୁଶାସନ ଏବଂ ସ୍ଥାୟୀ ସରକାର ହିଁ ସେମାନଙ୍କର ପ୍ରାଥମିକତା। ଏନଡିଏକୁ ମିଳିଥିବା ଏହି ପ୍ରଚଣ୍ଡ ଜନାଦେଶ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାରର ଜନକଲ୍ୟାଣକାରୀ ନୀତିଗୁଡ଼ିକ ଉପରେ ସାଧାରଣ ଜନତାଙ୍କ ବଡ଼ ମୋହର ବୋଲି ବିହାରର ଭାଜପା ପ୍ରଭାରୀ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ବିହାର ଫଳାଫଳ ବାହାରିବା ପରେ ଧର୍ମେନ୍ଦ୍ର ଆହୁରି କହିଛନ୍ତି, ବିହାରର ଜନତା ଜଙ୍ଗଲରାଜ, ଜାତିବାଦ, ପରିବାରବାଦ ଏବଂ ନକାରାତ୍ମକ ରାଜନୀତିକୁ ସ୍ପଷ୍ଟ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। ବିହାରବାସୀ ନିରନ୍ତର ପ୍ରଗତି ଏବଂ ‘ବିକଶିତ ବିହାର’ର ମାର୍ଗକୁ ବାଛିଥିବା ଏହି ବିଜୟ ଦର୍ଶାଉଛି। ବିହାରର ଏହି ଐତିହାସିକ ବିଜୟ ଏନଡ଼ିଏର ପ୍ରତ୍ୟେକ କାର୍ଯ୍ୟକର୍ତ୍ତାଙ୍କ ଅକ୍ଳାନ୍ତ ପରିଶ୍ରମ, ସମର୍ପଣ ଏବଂ ଜନତାଙ୍କ ପ୍ରତି ନିଷ୍ଠାର ପ୍ରତିଫଳନ। ଜନସାଧାରଣଙ୍କର ବିଶ୍ୱାସ ହିଁ ସେମାନଙ୍କ ଦଳର ଶକ୍ତି। ଏହି ଜନାଦେଶ ଆମର ସଂକଳ୍ପକୁ ଆହୁରି ମଜଭୂତ କରିଛି ବୋଲି ଧର୍ମେନ୍ଦ୍ର କହିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ବିହାର ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ଐତିହାସିକ ବିଜୟ ପାଇଁ ସ୍ଥାନୀୟ ଜନସାଧାରଣ ଓ ଭାଜପାର ଶୀର୍ଷ ନେତୃତ୍ୱ ତଥା କାର୍ଯ୍ୟକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅଭୂତପୂର୍ବ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ମୋଦି, ନୀତୀଶ କୁମାର, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ବିହାର ପ୍ରଦେଶ ନେତୃତ୍ୱ ସହିତ ଏନଡିଏର ସମସ୍ତ ନେତା ଓ କାର୍ଯ୍ୟକର୍ତ୍ତାମାନଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ, ଧର୍ମେନ୍ଦ୍ର ବିହାର ନିର୍ବାଚନ ପୂର୍ବରୁ ଭାଜପାର ପ୍ରଭାରୀ ନିଯୁକ୍ତ ହୋଇଥିଲେ। ଏହାପରେ ସେ ବିହାର ନିର୍ବାଚନର ସମ୍ପୂର୍ଣ୍ଣ ପରିଚାଳନା ଦାୟିତ୍ୱରେ ରହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri