ଭାଜପାର ଐତିହାସିକ ବିଜୟକୁ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର: କହିଲେ…

ଭୁବନେଶ୍ୱର, ୧୫।୧୧(ସୁନିତ୍‌ ମିଶ୍ର):ବିହାରର ଜନତା ପୁଣିଥରେ ପ୍ରମାଣିତ କରିଛନ୍ତି, ବିକାଶ, ସୁଶାସନ ଏବଂ ସ୍ଥାୟୀ ସରକାର ହିଁ ସେମାନଙ୍କର ପ୍ରାଥମିକତା। ଏନଡିଏକୁ ମିଳିଥିବା ଏହି ପ୍ରଚଣ୍ଡ ଜନାଦେଶ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାରର ଜନକଲ୍ୟାଣକାରୀ ନୀତିଗୁଡ଼ିକ ଉପରେ ସାଧାରଣ ଜନତାଙ୍କ ବଡ଼ ମୋହର ବୋଲି ବିହାରର ଭାଜପା ପ୍ରଭାରୀ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ବିହାର ଫଳାଫଳ ବାହାରିବା ପରେ ଧର୍ମେନ୍ଦ୍ର ଆହୁରି କହିଛନ୍ତି, ବିହାରର ଜନତା ଜଙ୍ଗଲରାଜ, ଜାତିବାଦ, ପରିବାରବାଦ ଏବଂ ନକାରାତ୍ମକ ରାଜନୀତିକୁ ସ୍ପଷ୍ଟ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। ବିହାରବାସୀ ନିରନ୍ତର ପ୍ରଗତି ଏବଂ ‘ବିକଶିତ ବିହାର’ର ମାର୍ଗକୁ ବାଛିଥିବା ଏହି ବିଜୟ ଦର୍ଶାଉଛି। ବିହାରର ଏହି ଐତିହାସିକ ବିଜୟ ଏନଡ଼ିଏର ପ୍ରତ୍ୟେକ କାର୍ଯ୍ୟକର୍ତ୍ତାଙ୍କ ଅକ୍ଳାନ୍ତ ପରିଶ୍ରମ, ସମର୍ପଣ ଏବଂ ଜନତାଙ୍କ ପ୍ରତି ନିଷ୍ଠାର ପ୍ରତିଫଳନ। ଜନସାଧାରଣଙ୍କର ବିଶ୍ୱାସ ହିଁ ସେମାନଙ୍କ ଦଳର ଶକ୍ତି। ଏହି ଜନାଦେଶ ଆମର ସଂକଳ୍ପକୁ ଆହୁରି ମଜଭୂତ କରିଛି ବୋଲି ଧର୍ମେନ୍ଦ୍ର କହିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ବିହାର ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ଐତିହାସିକ ବିଜୟ ପାଇଁ ସ୍ଥାନୀୟ ଜନସାଧାରଣ ଓ ଭାଜପାର ଶୀର୍ଷ ନେତୃତ୍ୱ ତଥା କାର୍ଯ୍ୟକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅଭୂତପୂର୍ବ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ମୋଦି, ନୀତୀଶ କୁମାର, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ବିହାର ପ୍ରଦେଶ ନେତୃତ୍ୱ ସହିତ ଏନଡିଏର ସମସ୍ତ ନେତା ଓ କାର୍ଯ୍ୟକର୍ତ୍ତାମାନଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ, ଧର୍ମେନ୍ଦ୍ର ବିହାର ନିର୍ବାଚନ ପୂର୍ବରୁ ଭାଜପାର ପ୍ରଭାରୀ ନିଯୁକ୍ତ ହୋଇଥିଲେ। ଏହାପରେ ସେ ବିହାର ନିର୍ବାଚନର ସମ୍ପୂର୍ଣ୍ଣ ପରିଚାଳନା ଦାୟିତ୍ୱରେ ରହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri