Posted inରାଜ୍ୟ

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଧେୟକକୁ ଧର୍ମେନ୍ଦ୍ରଙ୍କ ବିରୋଧ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ)- ବିଧାନସଭାରେ ଗୃହୀତ ହୋଇଥିବା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ-୨୦୨୦କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧ କରିଛନ୍ତି। ଏହି ବିଧେୟକ ଦେଶର ସାମ୍ବିଧାନିକ ବ୍ୟବସ୍ଥା ତଥା ୟୁଜିସି ନିୟମାବଳୀର ଦୃଢ଼ ବିରୁଦ୍ଧାଚରଣ କରୁଛି। ରାଜ୍ୟର ଛାତ୍ରୀଛାତ୍ର, ଶିକ୍ଷକ ଓ ଗବେଷକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ବିଧେୟକକୁ ଉଚ୍ଛେଦ କରିବା ପାଇଁ ପଦକ୍ଷେପ ନେବାକୁ ଧର୍ମେନ୍ଦ୍ର ଶନିବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିସଙ୍କଙ୍କୁ ଚିଠି ଲେଖି ଅନୁରେଧ କରିଛନ୍ତି।
ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଓଡିଶା ସରକାରଙ୍କର ଏହି ନୂଆ ନିୟମରେ ବିଶ୍ୱ ବିଦ୍ୟାଳୟଗୁଡିକର ନୀତି ନିର୍ଦ୍ଧାରକ ସିନେଟ ବ୍ୟବସ୍ଥାକୁ ସମାପ୍ତ କରି ଏହା ସ୍ଥାନରେ ସରକାର ନିୟନ୍ତ୍ରିତ ସିଣ୍ଡିକେଟ ବ୍ୟବସ୍ଥା ପ୍ରଚଳନ କରିବେ। ବିଶ୍ୱବିଦ୍ୟାଳୟ କୁଳପତି ଚୟନ ଓ ନିଯୁକ୍ତି ପକ୍ରିୟାକୁ ରାଜ୍ୟ ସରକାର ଚତୁରତାର ସହିତ ନିଜ ନିୟନ୍ତ୍ରଣରେ ରଖିବା ପାଇଁ ସରକାରଙ୍କ ପ୍ରତିନିଧି ରଖିବା ସହ ଏହି ଚୟନ କମିଟିକୁ ଅଣ ଏକାଡେମିକ ପୃଷ୍ଠଭୂମିର ବ୍ୟକ୍ତିଙ୍କୁ ପ୍ରାଧାନ୍ୟ ଦେଉଥିବା ପ୍ରଧାନ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri