Posted inରାଜ୍ୟ

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଧେୟକକୁ ଧର୍ମେନ୍ଦ୍ରଙ୍କ ବିରୋଧ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ)- ବିଧାନସଭାରେ ଗୃହୀତ ହୋଇଥିବା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ-୨୦୨୦କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧ କରିଛନ୍ତି। ଏହି ବିଧେୟକ ଦେଶର ସାମ୍ବିଧାନିକ ବ୍ୟବସ୍ଥା ତଥା ୟୁଜିସି ନିୟମାବଳୀର ଦୃଢ଼ ବିରୁଦ୍ଧାଚରଣ କରୁଛି। ରାଜ୍ୟର ଛାତ୍ରୀଛାତ୍ର, ଶିକ୍ଷକ ଓ ଗବେଷକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ବିଧେୟକକୁ ଉଚ୍ଛେଦ କରିବା ପାଇଁ ପଦକ୍ଷେପ ନେବାକୁ ଧର୍ମେନ୍ଦ୍ର ଶନିବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିସଙ୍କଙ୍କୁ ଚିଠି ଲେଖି ଅନୁରେଧ କରିଛନ୍ତି।
ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଓଡିଶା ସରକାରଙ୍କର ଏହି ନୂଆ ନିୟମରେ ବିଶ୍ୱ ବିଦ୍ୟାଳୟଗୁଡିକର ନୀତି ନିର୍ଦ୍ଧାରକ ସିନେଟ ବ୍ୟବସ୍ଥାକୁ ସମାପ୍ତ କରି ଏହା ସ୍ଥାନରେ ସରକାର ନିୟନ୍ତ୍ରିତ ସିଣ୍ଡିକେଟ ବ୍ୟବସ୍ଥା ପ୍ରଚଳନ କରିବେ। ବିଶ୍ୱବିଦ୍ୟାଳୟ କୁଳପତି ଚୟନ ଓ ନିଯୁକ୍ତି ପକ୍ରିୟାକୁ ରାଜ୍ୟ ସରକାର ଚତୁରତାର ସହିତ ନିଜ ନିୟନ୍ତ୍ରଣରେ ରଖିବା ପାଇଁ ସରକାରଙ୍କ ପ୍ରତିନିଧି ରଖିବା ସହ ଏହି ଚୟନ କମିଟିକୁ ଅଣ ଏକାଡେମିକ ପୃଷ୍ଠଭୂମିର ବ୍ୟକ୍ତିଙ୍କୁ ପ୍ରାଧାନ୍ୟ ଦେଉଥିବା ପ୍ରଧାନ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri