ଝୁମର ତାଳେ ତାଳେ ନାଚିଲେ ଧର୍ମେନ୍ଦ୍ର ପ୍ରଧାନ: ସମସ୍ତେ ହେଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ Video

ବାରିପଦା, ୧୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝୁମର ତାଳେ ତାଳେ ହାତକୁ ହାତ ଧରି ନାଚିଛନ୍ତି । ବାରିପଦା ଛଉ ପଡିଆର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୟୂରଭଞ୍ଜ ଏମପି ନବଚରଣ ମାଝୀ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ସମସ୍ତ ବିଧାୟକ ଉପସ୍ଥିତ ଥିଲେ।