ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ଧର୍ମେନ୍ଦ୍ର ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ। ରାଜନୀତି କ୍ଷେତ୍ରରେ ତାଙ୍କର ଅବଦାନ ଚିରସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।
ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୩ବର୍ଷ ହୋଇଥିଲା। ସ୍ବର୍ଗତ ସିଂହ ବିଜେଡ଼ିର ଜଣେ ଆଗଧାଡିର ନେତା ଥିଲେ । ଗତ ୨୦୦୯ରୁ ୨୦୨୪ ପର୍ଯ୍ୟନ୍ତ କ୍ରମାଗତ ୩ଥର ବରଗଡ ଜିଲା ଭଟଲି ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ସେ ନବୀନ ପଟ୍ଟନାୟକଙ୍କ ସରକାରରେ ଶ୍ରମମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ସହିତ ସେ ବରଗଡ଼ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦବୀରେ ମଧ୍ୟ ଥିଲେ। ବରଗଡ଼ ଜିଲା ସୋହେଲା ବ୍ଲକ ବାଉଶେନମୁରା ଗ୍ରାମରେ ଜନ୍ମଗ୍ରହଣ କରିଥିବା ସ୍ବର୍ଗତ ସିଂହଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?