Posted inଜାତୀୟ

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩ା୭:କେନ୍ଦ୍ରର ମୋଦି ସରକାର ବୁଧବାର ସୁରକ୍ଷା, ଅର୍ଥନୀତି ଓ ରାଜନୈତିକ ବ୍ୟାପାର ସମ୍ପର୍କିତ କମିଟି ଗଠନ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁସାରେ ଦେଶର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ ୮ କମିଟି ଗଠନ କରାଯାଇଛି। ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍‌ କମିଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଓ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ରହିଛନ୍ତି। ସେହିପରି ଅର୍ଥନୈତିକ ବ୍ୟାପାର କମିଟିରେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ, ଅର୍ଥମନ୍ତ୍ରୀ, ବହିର୍ବ୍ୟାପାର ମନ୍ତ୍ରୀ, ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ, କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ, ଭାରିଶିଳ୍ପ ଓ ଇସ୍ପାତ ମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ସାମିଲ ଅଛନ୍ତି। ଏହି କମିଟିରେ ଥିବା ଅନ୍ୟମାନେ ହେଲେ ବାଣିଜ୍ୟ ମନ୍ତ୍ରୀ ପୀୟୂଷ ଗୋୟଲ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପଞ୍ଚାୟତିରାଜ ଓ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ରାଜୀବ ରଞ୍ଜନ (ଲଲନ) ସିଂ। ସଂସଦୀୟ ବ୍ୟାପାର କମିଟିରେ ପ୍ରତିରକ୍ଷା ମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ, ଅର୍ଥମନ୍ତ୍ରୀ, ପଞ୍ଚାୟତିରାଜ ମନ୍ତ୍ରୀ , ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା, ସାମାଜିକ ନ୍ୟାୟ ମନ୍ତ୍ରୀ ବୀରେନ୍ଦ୍ର କୁମାର, ବେସାମରିକ ବିବାନ ଚଳାଚଳ ମନ୍ତ୍ରୀ କିଞ୍ଜାରାପୁ ରାମମୋହନ ନାଇଡୁ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ଓ ଜଳଶକ୍ତି ମନ୍ତ୍ରୀ ସି. ଆର୍‌. ପାଟିଲ ଅଛନ୍ତି। ଏଥିରେ ଆଇନମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ଅର୍ଜୁନରାମ ମେଘଓ୍ବାଲ ଓ ଆଇନ ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗାନ୍‌ଙ୍କୁ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ରୂପେ ସ୍ଥାନିତ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ କ’ଣ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri