ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ସୌଜନ୍ୟମୂଳକ ସାକ୍ଷାତ ସହ ନିର୍ବାଚନ ପାଇଁ ତାଙ୍କର ଆଶୀର୍ବାଦ କାମନା କରିଥିବା ସୋସିଆଲ ମିଡିଆରେ ଲେଖିଛନ୍ତି ଧର୍ମେନ୍ଦ୍ର।

ତେବେ ରାସେଶ୍ୱରୀ ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲା ବେଳେ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ସାକ୍ଷାତ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ବିଜେଡି ରାଶେଶ୍ୱରୀଙ୍କୁ ସମ୍ବଲପୁର ବିଧାନସଭା ପାଇଁ ଟିକେଟ୍ ନଦେବାରୁ ସେ ଦଳ ଛାଡିଥିଲେ।

ଏକ ରାଜନୈତିକ ପରିବାରରୁ ଆସିଥିବା ଡା. ପାଣିଗ୍ରାହୀ ଗତ ଏକଦଶନ୍ଧି ଧରି ସମ୍ବଲପୁର ବିଜେଡି ରାଜନୀତିରେ ପ୍ରମୁଖ ଚେହେରା ଥିଲେ। ଭାଜପାର ଆଧିପତ୍ୟକୁ ପରାହତ କରି ୨୦୧୪ସାଧାରଣ ନିର୍ବାଚନରେ ସେ ଏଠାରୁ ହେବିଓ୍ବେଟ ଭାଜପାର ଜୟନାରାୟଣ ମିଶ୍ରଙ୍କୁ ହରାଇ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନରେ ସେ ଏଠାରୁ ବିଧାୟିକାଭାବେ ଲଢ଼ି ହାରି ଯାଇଥିଲେ ବି ଦଳୀୟ ସଙ୍ଗଠନକୁ ସୁଦୃଢ କରି ଚାଲିଥିଲେ। ଏତଦ୍‌ଭିନ୍ନ ଜଣେ ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ହିସାବରେ ସେ ଘରୋଇ ଭାବେ ଜନତାଙ୍କୁ ଚିକିତ୍ସା ସେବା ଯୋଗାଇ ଆସୁଥିଲେ।

୨୦୨୪ ସାଧାରଣ ନିର୍ବାଚନରେ ଡା. ପାଣିଗ୍ରାହୀ ସମ୍ବଲପୁର ବିଧାନସଭା ପାଇଁ ଆଶାୟୀ ଥିଲେ। ଏଥିପାଇଁ ସେ ବିଭିନ୍ନ ସମୟରେ ସଭାସମିତି ଆଦିରେ ଲୋକଙ୍କ ସହିତ ମିଶି ନିର୍ବାଚନ ପାଇଁ ପ୍ରସ୍ତୁତି ଜାରି ରଖିଥିଲେ। ତାଙ୍କର ସମର୍ଥକମାନେ ଡା. ରାସେଶ୍ୱରୀଙ୍କୁ ଟିକେଟ୍‌ ଦେବାକୁ ଖୋଲାଖୋଲି ଦାବି କରିଥିଲେ। ଏନେଇ ସେମାନେ ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋଭ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ବହୁ ସଂଖାରେ ସମର୍ଥକ ରାସେଶ୍ୱରୀଙ୍କୁ ଟିକେଟ୍‌ ଦାବିରେ ଶୋଭାଯାତ୍ରା ଆଦି ଆୟୋଜନ କରି ଦଳୀୟ ଶୀର୍ଷ ନେତୃତ୍ୱଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ପ୍ରୟାସ କରିଥିଲେ। ମାତ୍ର ତାଙ୍କୁ ସମ୍ବଲପୁରୁ ପ୍ରାର୍ଥୀ କରା ନଯାଇ ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ସମ୍ବଲପୁର ବିଧାନସଭା ଆସନରୁ ପ୍ରର୍ଥୀ ଘୋଷଣା କରାଗଲା। ଏହାକୁ ନେଇ ସେ ଅସନ୍ତୁଷ୍ଟ ଥିବାବେଳେ ଦଳର ଏହି ନିଷ୍ପତ୍ତିକୁ ନେଇ ତାଙ୍କ ସମର୍ଥକ ମହଲରେ ମଧ୍ୟ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri