ଏମ୍‌ପି ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ୨୪।୬: ସମ଼୍ବଲପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭାରେ ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି । କମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଛନ୍ତି । ଅନ୍ୟପଟେ ସୁନ୍ଦରଗଡ଼ରୁ ପୁନର୍ବାର ଏମ୍‌ପି ହୋଇଥିବା ତଥା ବର୍ତ୍ତମାନର କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ୍‌ ଓରାମ୍‌ ମଧ୍ୟ ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି ।

ସୂଚନା ଥାଉକି, ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ଏମ୍‌ପି ମାନେ ଶପଥ ଗ୍ରହଣ କରୁଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍‌ପିଙ୍କୁ ଆଜି ଶପଥ ପାଠ କରାଇବାର କାର୍ଯ୍ୟକ୍ରମ ରହିଥିବା ବେଳେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପରେ ପରେ ରାଜନାଥ ସିଂହ ଏବଂ ନୀତିନ୍‌ ଗଡ଼କାରୀ ଶପଥ ଗ୍ରହଣ କରିଛନ୍ତି । ତାଙ୍କ ପରେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହାନ, ପିୟୁଷ୍‌ ଗୋଏଲ୍‌ଙ୍କ ସେମତ ଅନ୍ୟ ଏମ୍‌ପିମାନେ ଶପଥ ଗ୍ରହଣ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri