ଦେବଗଡରେ ଅଗ୍ରପୂଜ୍ୟଙ୍କ ଦର୍ଶନ ଓ ଆଳତି କଲେ ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ,୨୮।୮(ଶଶାଙ୍କ ଶେଖର ଝାଙ୍କର): କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ସଦସ୍ୟ ଧର୍ମେନ୍ଦ୍ର ପ୍ରଧାନ ଦେବଗଡ ଗସ୍ତରେ ଆସି ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଗଣେଶ ମେଳା ପରିଦର୍ଶନ କରିବାସହ ଅଗ୍ରପୂଜ୍ୟ ମହାପ୍ରଭୂ ଶ୍ରୀ ଗଣେଶଙ୍କ ଅଶିଷ କାମନା କରିଛନ୍ତି । ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଧାନ ଓ ପଂଚାୟତରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାୟକ ଓ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରାଙ୍କ ସାର୍ବଜନୀନ ଗଣେଶ ମେଳା କମିଟୀ (ବଣିକ ସଂଘ)ପକ୍ଷରୁ ଆୟୋଜିତ ଶ୍ରୀ ଗଣେଶ ମେଳା ମଣ୍ଡପରେ ପହଂଚି ମହାପ୍ରଭୁ ଗଣେଶଙ୍କ ଦର୍ଶନ ଏବଂ ଆଳତି କରିଥିଲେ ।

ଏହି ଅବସରରେର ସେ ଦେବଗଡ ଜିଲାବାସୀଙ୍କ ସମେତ ସମଗ୍ର ଦେଶବାସୀଙ୍କ ସୁଖ ସମୃଦ୍ଧି ନମିନ୍ତେ ଆଶିଷ କାମନା କରିଥିଲେ । ଏହାପରେ ସାର୍ବଜନୀନ ଗଣେଶ ମେଳା କମିଟୀର ସଭାପତି ରାଜକିଶୋର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଫିତାକାଟି ସାଂସ୍କୃତିକ ମଣ୍ଡପକୁ ଉଦଘାଟନ କରିବାସହ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ସେ ଦେବଗଡର ସାମଗ୍ରୀକ ବିକାଶ ପାଇଁ ସବୁବେଳେ ପ୍ରୟାସରତ ଏବଂ ପ୍ରତିଶୃତି ବଦ୍ଧ ବୋଲି ପ୍ରକାଶ କରିଥିଲେ । ଏଥିସହ ର୍ନିମଣାଧିନ ଶ୍ରୀ ଗଣେଶ ମନ୍ଦିର ର୍ନିମାଣ ନିମନ୍ତେ (ପୌର ପରିଷଦ ପକ୍ଷରୁ ଲିଜ ସୂତ୍ରରେ ଆଂଶିକ ଭାବେ ମିଳିଥିବା ବର୍ତମାନର ପୂଜା ମଣ୍ଡପ)କୁ ଆନୁଷ୍ଠାନିକ ଭାବେ କମିଟିକୁ ( ସମଗ୍ର ବଜାର କୋଠା)ହସ୍ତାନ୍ତର କରିବାକୁ ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ । ଏହି ସଭାରେ ସମ୍ମାନିତ ଅତିଥି ଭାବେ ପଂଚାୟତରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ଶ୍ରୀଯୁକ୍ତ ନାୟକ ଓ ଛେଣ୍ଡିପଦା ବିଧାୟକ ଶ୍ରୀ ବେହେରାଙ୍କ ସମେତ ଦେବଗଡ ଜିଲାପାଳ କବିନ୍ଦ୍ର କୁମାର ସାହୁ, ଜିଲା ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର , ପୂର୍ବତନ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ଜିଲା ଭାଜପା ସଭାପତି ଅରୁଣ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସାର୍ବଜନୀନ ଗଣେଶ ମେଲା କମିଟୀର ପୂର୍ବତନ ସଭାପତି ଉମାଶଙ୍କର ସାହୁ ସୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶେଷରେ କମିଟୀର ସମ୍ପାଦକ ପ୍ରଦ୍ୟୁମ୍ନ କୁମାର ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?