ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଦୁଇ ଜିଲା ପାଇଁ କଲେ ବଡ ଦାବି

ଭୁବନେଶ୍ୱର,୮ା୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୁଇ ଜିଲା ପାଇଁ ବଡ ଦାବି ଜଣାଇଛନ୍ତି। ଅନୁଗୋଳ ଏବଂ ତାଳଚେର ଶିଳ୍ପାଞ୍ଚଳରେ ଦିନକୁ ଦିନ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନେଇ କେନ୍ଦ୍ର ଧର୍ମେନ୍ଦ୍ର ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି ସମସ୍ୟାର ତୁରନ୍ତ ସମାଧାନ ପାଇଁ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଏବଂ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି. କିଶାନ ରେଡ୍ଡୀଙ୍କୁ ପୃଥକ ପୃଥକ ଚିଠି ଲେଖିଛନ୍ତି।

ଧର୍ମେନ୍ଦ୍ର ନିଜ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଅନୁଗୁଳରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ବିପଦଜନକ ସ୍ତରରେ ପହଞ୍ଚିଛି। ଏହା କେବଳ ଏକ ପରିବେଶ ସମସ୍ୟା ନୁହେଁ, ବରଂ ଏକ ‘ଜନସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି’। କୋଇଲା ଖଣି, ତାପଜ ବିଦ୍ୟୁତ କେନ୍ଦ୍ର ଏବଂ ବିଭିନ୍ନ ଶିଳ୍ପ ସଂସ୍ଥାରୁ ନିର୍ଗତ ଧୂଆଁ ଯୋଗୁଁ ତାଳଚେର ଭାରତର ସବୁଠାରୁ ପ୍ରଦୂଷିତ ସହର ତାଲିକାରେ ସ୍ଥାନ ପାଇଛି।

ଧର୍ମେନ୍ଦ୍ର ତାଙ୍କର ଚିଠିରେ ୫ଟି ମୁଖ୍ୟ ପଦକ୍ଷେପ ନେବାକୁ ପ୍ରସ୍ତାବ ଦେଇଛନ୍ତି। ସେଗୁଡିକ ହେଉଛି, କଠୋର ନିୟମ ଓ ମନିଟରିଂ: ଶିଳ୍ପ ପ୍ରଦୂଷଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିବା ସହ ରିଅଲ-ଟାଇମ୍ ମନିଟରିଂ ବ୍ୟବସ୍ଥାକୁ ସୁଦୃଢ଼ କରିବା। ଯାନ୍ତ୍ରିକ କୋଇଲା ପରିବହନ: ଧୂଳି ଓ ପ୍ରଦୂଷଣ କମାଇବା ପାଇଁ କୋଇଲା ପରିବହନରେ ଯାନ୍ତ୍ରିକ ପଦ୍ଧତି ଆପଣାଇବା। ସବୁଜ ବଳୟ ସୃଷ୍ଟି: ଶିଳ୍ପାଞ୍ଚଳ ଓ ଖଣି ବେଲ୍ଟ ଚାରିପାଖରେ ବ୍ୟାପକ ବୃକ୍ଷରୋପଣ କରି ‘ଗ୍ରୀନ୍ ବଫର୍’ ତିଆରି କରିବା। ନ୍ୟାସନାଲ୍ କ୍ଲିନ୍ ଏୟାର ପ୍ରୋଗ୍ରାମ (NCAP) ଅଧୀନରେ ଥିବା ପ୍ରକଳ୍ପଗୁଡ଼ିକୁ ଦୀର୍ଘକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବା। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଜିଲ୍ଲା ପ୍ରଶାସନ ଏବଂ ଶିଳ୍ପ ସଂସ୍ଥା ମଧ୍ୟରେ ସମନ୍ୱୟ ରକ୍ଷା କରି ଏକ ସ୍ଥାୟୀ ସମାଧାନ ବାହାର କରିବା।

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ପ୍ରୟାସରେ ହିଁ ଏହି ସମସ୍ୟାର ସମାଧାନ ହୋଇପାରିବ ଏବଂ ହଜାର ହଜାର ସ୍ଥାନୀୟ ବାସିନ୍ଦାଙ୍କ ଜୀବନ ରକ୍ଷା କରାଯାଇପାରିବ ବୋଲି ସେ ଜୋର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହତ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri