ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରାଯାଉ

ଭୁବନେଶ୍ବର,୨୪ା୨(ବ୍ୟୁରୋ): ଝାରସୁଗୁଡ଼ା ଜିଲା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ଓଡ଼ିଶାର ଐତିହାସିକ, ସାମାଜିକ ଓ ସାଂସ୍କୃତିକ ବ୍ୟବସ୍ଥାରେ ଜନଜାତି ସମୁଦାୟର ପ୍ରତିନିଧିତ୍ୱ କାହିଁ କେଉଁ କାଳରୁ ରହିଆସିଛି। ଜନଜାତିକୁ ବାଦ୍‌ ଦେଇ ଓଡ଼ିଆ ସଭ୍ୟତାର ପରିକଳ୍ପନା ଅସମ୍ଭବ। ଶ୍ରୀଜଗନ୍ନାଥଙ୍କର ଜନଜାତୀୟ ମୂଳକୁ ମନେପକାଇ ଓଡ଼ିଆ ଜାତି ସବୁବେଳେ ଗର୍ବ କରିଆସିଛି। ଏହି କାରଣରୁ ହିଁ ଓଡ଼ିଶାର ଶାସକ କାଳେ କାଳେ ଜନଜାତି ଭଉଣୀଭାଇଙ୍କୁ ଆପଣା ପ୍ରଜାଠାରୁ ବି ଅଧିକ ବୋଲି ମଣିଆସିଛନ୍ତି। ଏହି କ୍ରମରେ ଶହୀଦ କରୁଣାକର ସିଂହ ନାଏକ ଥିଲେ ଗୋଁଣ୍ଡ ସମୁଦାୟର ଅନ୍ୟତମ ସର୍ବମାନ୍ୟ ମୁଖିଆ। ପୃଥିବୀର ସର୍ବପୁରାତନ ଜନଜାତି ଭିତରୁ ଅନ୍ୟତମ ଏହି ଗୋଁଣ୍ଡ ସମୁଦାୟ ଓଡ଼ିଶା ସମେତ ସମଗ୍ର ମଧ୍ୟ ଭାରତର ବିରାଟ ଭୂଖଣ୍ଡରେ ଶତାବ୍ଦୀ ଶତାବ୍ଦୀ ଧରି ରାଜୁତି କରି ଆସୁଛନ୍ତି। ରାଣୀ ଦୁର୍ଗାବତୀ, ଭଗବାନ ବିର୍ସା ମୁଣ୍ଡା, ଶହୀଦ ମାଧୋ ସିଂହ, ବୀର ସୁରେନ୍ଦ୍ର ସାଏ ପ୍ରମୁଖଙ୍କ ବୀରଗାଥା ଗୋଁଣ୍ଡ ଜନଜାତି ତଥା ସମସ୍ତ ଭାରତୀୟଙ୍କୁ ଗର୍ବ କରିବାକୁ ବାଧ୍ୟକରେ। ଗୋଁଣ୍ଡୱାନା ଛକକୁ ବିପ୍ଳବୀ ବୀର ତଥା ଶହୀଦ କରୁଣାକର ସିଂହ ନାଏକଙ୍କ ନାଁରେ ନାମିତ କରାଗଲେ ଏହି ମହାନାୟକଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି ସେ କହିଛନ୍ତି। ଧର୍ମେନ୍ଦ୍ର ତାଙ୍କ ଚିଠିରେ ଆହୁରି ଉଲ୍ଲେଖ କରିଛନ୍ତି, ଭାରତୀୟ ମୁକ୍ତି ସଂଗ୍ରାମରେ ଗଣ୍ଡ ସମାଜର ତ୍ୟାଗ ଏବଂ ବଳିଦାନ ଅବିସ୍ମରଣୀୟ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତାଟା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri