ଧର୍ମାନୁଷ୍ଠାନ ଖୋଲିବା ନେଇ ଅନୁରୋଧ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୧୧(ବ୍ୟୁରୋ): ଚଳିତ ପବିତ୍ର କାର୍ତ୍ତିକ ମାସରେ କୋଭିଡ୍‌ କଟକଣାକୁ ମାନି ଜଗନ୍ନାଥଙ୍କ ମନ୍ଦିର ସମେତ ରାଜ୍ୟର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନକୁ ନିୟନ୍ତ୍ରିତ ଢଙ୍ଗରେ ଖୋଲାଯାଉ। ଏନେଇ ରାଜ୍ୟ ସରକାରଙ୍କୁ ଟୁଇଟ୍‌ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି ଯେ, କାର୍ତ୍ତିକ ମାସ ଆଧ୍ୟାତ୍ମିକ ମାସଭାବେ ରାଜ୍ୟବାସୀଙ୍କ ପାଖରେ ବେଶ୍‌ ଆଦୃତ। ଏହି ମାସରେ ଜଗନ୍ନାଥଙ୍କୁ ଶ୍ରୀକ୍ଷେତ୍ରରେ ଦର୍ଶନ ପାଇଁ ଭକ୍ତମାନେ ଅପେକ୍ଷାରତ ଥାଆନ୍ତି। ଇତିମଧ୍ୟରେ ଭାରତବର୍ଷରେ କୋଭିଡ୍‌ କଟକଣାକୁ ମାନି ଅନେକ ମନ୍ଦିର ଖୋଲାଗଲାଣି। ଲୋକଙ୍କ ବିଶ୍ୱାସ ଓ ଭାବାବେଗକୁ ସମ୍ମାନ ଦେଇ ଏହି କାର୍ତ୍ତିକ ମାସରେ ଅନ୍ୟ ରାଜ୍ୟ ଭଳି ଜଗନ୍ନାଥଙ୍କ ଶ୍ରୀମନ୍ଦିର ସମେତ ଓଡ଼ିଶାର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନକୁ ମଧ୍ୟ ନିୟନ୍ତ୍ରିତ ଢଙ୍ଗରେ ଭକ୍ତଙ୍କ ପାଇଁ ଖୋଲିବାକୁ ରାଜ୍ୟ ସରକାରଙ୍କୁ ସେ ଅନୁରୋଧ କରିଛନ୍ତି। ରାଜ୍ୟ ସରକାର ଶ୍ରୀମନ୍ଦିର ସମେତ ଓଡ଼ିଶାର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନଗୁଡ଼ିକରେ କୋଭିଡ୍‌ ନିୟମ ପାଳନ କରିବାର ସମସ୍ତ ପ୍ରସ୍ତୁତି ସହ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉପରେ ଧ୍ୟାନ ଦେବାକୁ ସେ ଅନୁରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri