ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ମାମଲା: ଖବରଦାତାଙ୍କୁ ପଚରାଉଚରା, ମୋବାଇଲ ଜବତ

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପୁରୀ ଜିଲା ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଭୁବନେଶ୍ୱରରେ ଆତ୍ମହତ୍ୟା ଘଟଣାକୁ ସପ୍ତାହରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ କମିଶନରେଟ ପୋଲିସ ଏହା ପଛର ରହସ୍ୟ ପାଇପାରୁ ନାହିଁ। ଏ ପରିସ୍ଥିତିରେ ଭାଇରାଲ ହୋଇଥିବା ଧର୍ମେନ୍ଦ୍ର ଓ ଖବରଦାତା ଅକ୍ଷୟ ନାୟକଙ୍କ ବାର୍ତ୍ତାଳାପର ଅଡିଓ କଲ୍‌ ରେକର୍ଡିଂକୁ ନେଇ ପୋଲିସ ଅନୁସନ୍ଧାନ କରୁଛି। ଧର୍ମେନ୍ଦ୍ର ଉକ୍ତ ଅଡିଓରେ କହୁଛନ୍ତି ‘ଯଦି ମୋର ମୃତ୍ୟୁ ହୁଏ ତା’ ହେଲେ ୪ଜଣ ଦାୟୀ ରହିବେ’। ସେହି ୪ଜଣଙ୍କ ନାମକୁ ମଧ୍ୟ ସେ ଅକ୍ଷୟଙ୍କୁ କହୁଥିବା ଉକ୍ତ ଭାଇରାଲ ଅଡ଼ିଓରେ ରହିଥିବାରୁ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏନେଇ ପୋଲିସ ଅକ୍ଷୟଙ୍କୁ ପୂର୍ବରୁ ନୋଟିସ୍‌ କରିଥିବାବେଳେ ରବିବାର ସେ ଭୁବନେଶ୍ୱର ଡିସିପି ଅଫିସରେ ପହଞ୍ଚତ୍ଥିଲେ। ଏହାପରେ ୩ ଜଣିଆ ପୋଲିସ ଟିମ୍‌ ତାଙ୍କୁ ଘଣ୍ଟାଏରୁ ଊର୍ଦ୍ଧ୍ୱ ସମୟ ଧରି ପଚରାଉଚରା କରିବା ସହ ବିଭିନ୍ନ ତଥ୍ୟ ହାସଲ କରିଛି। ଏଥିସହ ଉକ୍ତ ଅଡିଓ କଲ୍‌ ରେକର୍ଡିଂ ଥିବା ତାଙ୍କ ମୋବାଇଲକୁ ପୋଲିସ ଜବତ କରି ଫୋରେନ୍‌ସିକ୍‌ ଲାବ୍‌କୁ ପଠାଇଛି। ପୋଲିସ ଉପରେ ପୂର୍ଣ୍ଣ ଭରସା ରହିଛି। ପୋଲିସ ଏହି ତଦନ୍ତ ପ୍ରକ୍ରିୟାକୁ ଆଗକୁ ନେବ ବୋଲି ଅକ୍ଷୟ ଗଣମାଧ୍ୟମ ଜରିଆରେ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ଧଉଳି ଥାନା ଅନ୍ତର୍ଗତ ଶିଶୁପାଳଗଡ଼ ଲକ୍ଷ୍ମୀବିହାର ଅଞ୍ଚଳରେ ଥିବା ବାସଭବନ ଆଗରୁ ସେପ୍ଟେମ୍ବର ୨୪ ସକାଳେ ଝୁଲନ୍ତା ଅବସ୍ଥାରେ ଧର୍ମେନ୍ଦ୍ରଙ୍କ ମୃତଦେହ ମିଳିଥିଲା। ଏହାପରେ ତାଙ୍କର ୨ଟି ମୋବାଇଲକୁ ଅପରାହ୍ନ ୫ଟାରେ ପୋଲିସ ସନ୍ଧାନୀ କୁକୁର ସାହାଯ୍ୟରେ ଘର ନିକଟ ଏକ ପ୍ଲଟରୁ ଠାବ କରିଥିଲା। ଏଥିରେ ଗଣଶିକ୍ଷା ମନ୍ତ୍ରୀଙ୍କ ହାତର ଥିବା ଅଭିଯୋଗ ହେବା ପରେ ମାମଲାକୁ ଗୁରୁତ୍ୱର ସହ ନେଇ ତଦନ୍ତ କରୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri