ଧର୍ମେନ୍ଦ୍ର କହିଲେ ବିଦେଶରେ ଭାରତୀୟଙ୍କ ସହିତ ରହିବା ମୋ’ ପାଇଁ…

ଭୁବନେଶ୍ୱର,୨୧।୧୦(ସୁନିତ୍‌ ମିଶ୍ର): ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ସହ ଶିକ୍ଷାକ୍ଷେତ୍ରରେ ସମ୍ପର୍କକୁ ମଜଭୁତ କରିବା ପାଇଁ ୭ ଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ଗସ୍ତର ପ୍ରଥମ ଦିନରେ ସେଠାରେ ରହୁଥିବା ଭାରତୀୟ ସମୁଦାୟଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରିଛନ୍ତି। ପ୍ରବାସୀ ଭାରତୀୟମାନଙ୍କ ଆତିଥେୟତାକୁ ପ୍ରଶଂସା କରି ଧର୍ମେନ୍ଦ୍ର କହିଛନ୍ତି, ବିଦେଶରେ ଭାରତୀୟଙ୍କ ଗହଣରେ ରହିବା ଏବଂ ସେମାନଙ୍କ ସହ ଭୋଜନରେ ସାମିଲ ହେବା ତାଙ୍କ ପାଇଁ ଖୁସିର ବିଷୟ। ସିଙ୍ଗାପୁର-ଭାରତ ଭାଗୀଦାରିକୁ ଅଧିକ ମଜଭୁତ କରିବାରେ ପ୍ରବାସୀ ଭାରତୀୟମାନେ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ। ସେମାନେ ବାହାରେ ରହି ମଧ୍ୟ ଭାରତର ସଂସ୍କୃତିକୁ ପାଳନ କରୁଛନ୍ତି। ସିଙ୍ଗାପୁରର ପ୍ରଗତିରେ ତାଙ୍କ ଯୋଗଦାନ ଅନେକ ରହିଛି। ବର୍ତ୍ତମାନ ସମୟରେ ପୁଞ୍ଜିନିବେଶ ଏବଂ ସୁଯୋଗ ପାଇଁ ଭାରତ ହେଉଛି ବିଶ୍ୱର ସବୁଠୁ ଆକର୍ଷଣୀୟ ସ୍ଥାନ। ପ୍ରବାସୀମାନେ ଭାରତରେ ଥିବା ନିଜର ଆତ୍ମୀୟ ଏବଂ ସଂସ୍କୃତି ସହିତ ସବୁବେଳେ ଯୋଡ଼ିହୋଇ ରହିବା ସହ ଭାରତର ଅଭିବୃଦ୍ଧି ଯାତ୍ରାରେ ଯୋଗଦାନ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଭାରତ ଓ ସିଙ୍ଗାପୁରକୁ ଗର୍ବିତ କରିବା ଦିଗରେ କାର୍ଯ୍ୟ କରିବା ପାଇଁ ଧର୍ମେନ୍ଦ୍ର ଆହ୍ବାନ ଦେଇଛନ୍ତି। ସିଙ୍ଗାପୁରରେ ପ୍ରବାସୀଙ୍କ ସହ ଆଲୋଚନା କାଳରେ ଭାରତର ଯୁବକମାନଙ୍କୁ ଦକ୍ଷ କରିବାରେ ଜାତୀୟ ଶିକ୍ଷା ନୀତି-୨୦୨୦ର ଭୂମିକା ଏବଂ ଭାରତରେ ଶିକ୍ଷାର ବ୍ୟାପକତା ଉପରେ କେନ୍ଦ୍ରମନ୍ତ୍ରୀ ଆଲୋକପାତ କରିଛନ୍ତି। ଭାରତ ୫ ଟ୍ରିଲିୟନ ଆମେରିକୀୟ ଡଲାର ଅର୍ଥନୀତିର ଲକ୍ଷ୍ୟ ନେଇ କାମ କରିବା ତଥା ଏହାଦ୍ୱାରା ହେବାକୁ ଥିବା ବିକାଶ ଉପରେ ଚର୍ଚ୍ଚା କରିଛନ୍ତି। ସେହିପରି ୨୦୭୦ ସୁଦ୍ଧା ନେଟ୍‌ ଜିରୋ ଆଡ଼କୁ ଅଗ୍ରସର ହେବା ଏବଂ ବିଶ୍ୱ ସବୁଜ ଊର୍ଜା ମଡେଲକୁ ଆକାର ଦେବା ପାଇଁ ପ୍ରବାସୀଙ୍କ ସମ୍ଭାବନା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଭାରତର ଐତିହ୍ୟ ସହ ଜଡ଼ିତ ବିଷୟ ସହିତ ଯୋଡ଼ିହୋଇ ଏ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ପାଇଁ ଧର୍ମେନ୍ଦ୍ର ପ୍ରବାସୀଙ୍କୁ ଆହ୍ବାନ ଦେଇଛନ୍ତି। ସିଙ୍ଗାପୁର ଗସ୍ତ କାଳରେ ଧର୍ମେନ୍ଦ୍ର ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗ୍‌, ଉପପ୍ରଧାନମନ୍ତ୍ରୀ ଗାନ୍‌ କିମ୍‌ ୟୋଙ୍ଗ୍‌, ଶିକ୍ଷା ମନ୍ତ୍ରୀ ଚାନ୍‌ ଚୁନ୍‌ ସିଂ ଏବଂ ବୈଦେଶିକ ମନ୍ତ୍ରୀ ଭିଭିଆନ୍‌ ବାଲକ୍ରିଷ୍ଣନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri