ମୋଦିଙ୍କ ନେତୃତ୍ୱକୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩। ୭(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଇନୋଭେଶନକୁ ପ୍ରୋତ୍ସାହିତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଅଟଳ ଇନୋଭେଶନ ମିଶନ ଏବଂ ୱିପୋ(ୱାଲର୍‌ଡ୍‌ ଇଣ୍ଟେଲେକ୍ଚ୍ୟୁଆଲ୍‌ ପ୍ରପର୍ଟି ଅର୍ଗାନାଇଜେଶନ) ମଧ୍ୟରେ ଏକ ଏଲ୍‌ଓଆଇ(ଲେଟର ଅଫ୍‌ ଇଣ୍ଟେଣ୍ଟ୍‌) ସ୍ବାକ୍ଷରିତ ହୋଇଛି। ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଛନ୍ତି, ଭାରତର ଇନୋଭେଶନ ଇକୋସିଷ୍ଟମ ବିଶ୍ୱସ୍ତରରେ ପହଞ୍ଚିଛି। ବିଶେଷତଃ ଗ୍ଲୋବାଲ ସାଉଥ୍‌ ସମୂହ ଦେଶଗୁଡ଼ିକ କଲ୍ୟାଣ ପାଇଁ ଉଦ୍ଭାବନ, ଉଦ୍ୟମିତା ଏବଂ ବୌଦ୍ଧିକ କ୍ଷମତା କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏହି ଏଲ୍‌ଓଆଇ ସ୍ବାକ୍ଷରିତ ହୋଇଛି। ଇନୋଭେଶନ କ୍ଷେତ୍ରରେ ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ନବସୃଜନ ହେଉଛି ଭାରତର ଶକ୍ତି। ଅଟଳ ଇନୋଭେଶନ ମିଶନ ଏବଂ ୱିପୋ ମଧ୍ୟରେ ଏହି ଭାଗୀଦାରି ଅନ୍ୟ ରାଷ୍ଟ୍ର ପାଇଁ ପଥପ୍ରଦର୍ଶକ ସାଜିବ। ଶିକ୍ଷା କ୍ଷେତ୍ରରେ ଭାରତର ଅଭିନବ ମଡେଲଗୁଡ଼ିକ ବିକାଶଶୀଳ ରାଷ୍ଟ୍ରରେ ଉପଯୋଗ ହେବ। ବିଦ୍ୟାଳୟ ସ୍ତରରୁ ଆଇପିଆର୍‌(ଇଣ୍ଟେଲେକ୍ଚ୍ୟୁଆଲ ପ୍ରପର୍ଟି ରାଇଟ୍ସ) ବିଷୟରେ ବୁଝାମଣା ଏବଂ ସଚେତନତା ବ୍ୟାପକ ହେବ। ବିଶ୍ୱରେ ଇନୋଭେଶନ କ୍ଷେତ୍ରରେ ଥିବା ସମ୍ଭାବନାର ଅନ୍ବେଷଣ କରିବ। ସ୍ଥାୟୀ ଏବଂ ସମାବେଶୀପୂର୍ଣ୍ଣ ଆର୍ଥିକ ଅଭିବୃଦ୍ଧି ପାଇଁ ଉଭୟ ସଂସ୍ଥା କାର୍ଯ୍ୟ କରିବେ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri