ମୋଦିଙ୍କ ନେତୃତ୍ୱକୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩। ୭(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଇନୋଭେଶନକୁ ପ୍ରୋତ୍ସାହିତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଅଟଳ ଇନୋଭେଶନ ମିଶନ ଏବଂ ୱିପୋ(ୱାଲର୍‌ଡ୍‌ ଇଣ୍ଟେଲେକ୍ଚ୍ୟୁଆଲ୍‌ ପ୍ରପର୍ଟି ଅର୍ଗାନାଇଜେଶନ) ମଧ୍ୟରେ ଏକ ଏଲ୍‌ଓଆଇ(ଲେଟର ଅଫ୍‌ ଇଣ୍ଟେଣ୍ଟ୍‌) ସ୍ବାକ୍ଷରିତ ହୋଇଛି। ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଛନ୍ତି, ଭାରତର ଇନୋଭେଶନ ଇକୋସିଷ୍ଟମ ବିଶ୍ୱସ୍ତରରେ ପହଞ୍ଚିଛି। ବିଶେଷତଃ ଗ୍ଲୋବାଲ ସାଉଥ୍‌ ସମୂହ ଦେଶଗୁଡ଼ିକ କଲ୍ୟାଣ ପାଇଁ ଉଦ୍ଭାବନ, ଉଦ୍ୟମିତା ଏବଂ ବୌଦ୍ଧିକ କ୍ଷମତା କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏହି ଏଲ୍‌ଓଆଇ ସ୍ବାକ୍ଷରିତ ହୋଇଛି। ଇନୋଭେଶନ କ୍ଷେତ୍ରରେ ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ନବସୃଜନ ହେଉଛି ଭାରତର ଶକ୍ତି। ଅଟଳ ଇନୋଭେଶନ ମିଶନ ଏବଂ ୱିପୋ ମଧ୍ୟରେ ଏହି ଭାଗୀଦାରି ଅନ୍ୟ ରାଷ୍ଟ୍ର ପାଇଁ ପଥପ୍ରଦର୍ଶକ ସାଜିବ। ଶିକ୍ଷା କ୍ଷେତ୍ରରେ ଭାରତର ଅଭିନବ ମଡେଲଗୁଡ଼ିକ ବିକାଶଶୀଳ ରାଷ୍ଟ୍ରରେ ଉପଯୋଗ ହେବ। ବିଦ୍ୟାଳୟ ସ୍ତରରୁ ଆଇପିଆର୍‌(ଇଣ୍ଟେଲେକ୍ଚ୍ୟୁଆଲ ପ୍ରପର୍ଟି ରାଇଟ୍ସ) ବିଷୟରେ ବୁଝାମଣା ଏବଂ ସଚେତନତା ବ୍ୟାପକ ହେବ। ବିଶ୍ୱରେ ଇନୋଭେଶନ କ୍ଷେତ୍ରରେ ଥିବା ସମ୍ଭାବନାର ଅନ୍ବେଷଣ କରିବ। ସ୍ଥାୟୀ ଏବଂ ସମାବେଶୀପୂର୍ଣ୍ଣ ଆର୍ଥିକ ଅଭିବୃଦ୍ଧି ପାଇଁ ଉଭୟ ସଂସ୍ଥା କାର୍ଯ୍ୟ କରିବେ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri