ଜାତୀୟ ଶିକ୍ଷା ନୀତିକୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୩୦।୭(ସୁନିତ୍‌ ମିଶ୍ର):ଜାତୀୟ ଶିକ୍ଷା ନୀତି ଆମର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ସହ ଆମ ଜନସଂଖ୍ୟାକୁ ସଶକ୍ତ କରିବା ତଥା ଦେଶର ସାମାଜିକ-ଆର୍ଥିକ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଆଶାର ପ୍ରତୀକ ଭାବେ ଉଭା ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଜାତୀୟ ଶିକ୍ଷା ନୀତି -୨୦୨୦ କ୍ରିୟାନ୍ବୟନର ୪ ବର୍ଷ ପୂର୍ତ୍ତି ହେବା ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ, ଦେଶର ଛାତ୍ରୀଛାତ୍ର ସମୂହ, ଅଭିଭାବକ, ଶିକ୍ଷା ପରିବାରକୁ ଶୁଭେଚ୍ଛା। ନୂଆପିଢ଼ିର ବିଦ୍ୟାର୍ଥୀଙ୍କୁ ସଶକ୍ତ କରିବା ସହ ଆମ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ଦିଗରେ ଆରମ୍ଭ ହୋଇଥିବା ଯାତ୍ରାକୁ ୪ ବର୍ଷ ପୂରଣ ହୋଇଛି। ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା ଆମର ଶିକ୍ଷାକୁ ଅଧିକ ଜୀବନ୍ତ କରିଛି। ଭାରତର ଶିକ୍ଷାକୁ ଭବିଷ୍ୟତବାଦୀ କରିବା, ରୁଟେଡ୍‌, ବିଶ୍ୱସ୍ତରୀୟ ଏବଂ ଆଉଟକମ୍‌ ଆଧାରିତ କରିବା ପାଇଁ ଭାରତ ସରକାରଙ୍କ ପ୍ରଚେଷ୍ଟାକୁ ଶିକ୍ଷା ନୀତି ମାର୍ଗଦର୍ଶନ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନରେ ଭାରତକୁ ଏକବିଂଶ ଶତାବ୍ଦୀର ଜ୍ଞାନ ଆଧାରିତ ଅର୍ଥନୀତିରେ ପରିଣତ କରିବା ପାଇଁ ଜାତୀୟ ଶିକ୍ଷା ନୀତିକୁ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ। ଅପରପକ୍ଷରେ ଜାତୀୟ ଶିକ୍ଷା ନୀତିର ୪ ବର୍ଷ ପୂର୍ତ୍ତି ଅବସରରେ ବର୍ତ୍ତମାନ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଅଖିଳ ଭାରତୀୟ ଶିକ୍ଷା ସମାଗମ- ୨୦୨୪(ଏବିଏସ୍‌ଏସ୍‌) ପାଳନ ହୋଇଛି। ଏହି ଅବସରରେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ, ସୁକାନ୍ତ ମଜୁମଦାରଙ୍କ କରକମଳରେ ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଉପକ୍ରମ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କ ମଧ୍ୟରେ ଭାରତୀୟ ଜ୍ଞାନ ପ୍ରଣାଳୀ(ଆଇକେଏସ୍‌)କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ୪ଟି ପୁସ୍ତକ ଏବଂ ବକ୍ତୃତା ନୋଟ୍‌ ଉନ୍ମୋଚନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?