ପ୍ରାର୍ଥୀ ଘୋଷଣା ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଧର୍ମେନ୍ଦ୍ର,ସମ୍ବିତ: କହିଲେ… 

ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି।   କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ପ୍ରାର୍ଥୀ ହେବାପରେ ସୋମବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି  । ସେ ସକାଳେ ସ୍ତ୍ରୀ ମୁର୍ଦଳା ଠାକୁରଙ୍କ ସହ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।  ତାଙ୍କ ସହ ପୁରୀ ଭାଜପା ଏମ୍‌ପି ପ୍ରାର୍ଥୀ ସମ୍ବିତ ପାତ୍ର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି । ସିଂହଦ୍ୱାର ନିକଟରେ ଉଭୟ ପହଞ୍ଚିବା ପରେ ସେବାୟତ ଓ ଭାଜପା କର୍ମୀ ତାଙ୍କୁ ସ୍ବାଗତ କରିଥିଲେ ।
ତେବେ ମହାପ୍ରଭୁଙ୍କୁ ଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ସମ୍ବଲପୁରର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ପଠାଇଛନ୍ତି । ସେ ଗୁଣ୍ଡୁଚିମୂଷା ପରି ସମ୍ବଲପୁରର ବିକାଶ ପାଇଁ କାମ କରିବେ । ଏଥର ଡବଲ ଇଞ୍ଜିନ ସରକାର ହେଉ ବୋଲି ଧର୍ମେନ୍ଦ୍ର କହିଛନ୍ତି। ସେହିପରି ପୁଣି ଥରେ ପୁରୀ ଲୋକସଭା ପାଇଁ ପ୍ରାର୍ଥୀ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସମ୍ବିତ ପାତ୍ର । ମହାପ୍ରଭୁଙ୍କୁ ଦର୍ଶନ ବେଳେ କେନ୍ଦ୍ରମନ୍ତ୍ରୀଙ୍କ ସହ ଜିଲା ସଭାପତି ଆଶ୍ରୀତ ପଟ୍ଟନାୟକ, ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ଭାଜପା  ନେତା ସୁରଥ ବିଶ୍ୱାଳ, ଭାଜପା ନେତ୍ରୀ ଉପାସନା ମହାପାତ୍ର ମନ୍ଦିରକୁ ଯାଇ ଦର୍ଶନ କରିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?