ଦଳୀୟ ନେତାଙ୍କ ସହ ଚା’ ପିଇ ଧର୍ମେନ୍ଦ୍ରଙ୍କ ଆଲୋଚନା

କଟକ,୨3।୧(ଶିଳ୍ପା ପ୍ରିୟଦର୍ଶିନୀ):ଅଯୋଧ୍ୟା ରାମମନ୍ଦିରରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ କାଳିଆବୋଦାସ୍ଥିତ ଶ୍ୟାମାକାଳୀ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ପରେ ସେ ୧୫ ମିନିଟ୍‌ ପର୍ଯ୍ୟନ୍ତ ମନ୍ଦିର ପରିସରରେ ଅତିବାହିତ କରିବା ସହ ସହ ଚା’ ପିଇଥିଲେ। ଏହି ସମୟରେ ଧର୍ମେନ୍ଦ୍ର କଟକର ଭାଜପା ନେତାମାନଙ୍କ ସହିତ ସେପରି କୌଣସି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ପ୍ରସଙ୍ଗରେ ଆଲୋଚନା କରି ନ ଥିଲେ ମଧ୍ୟ ଦଳର କାର୍ଯ୍ୟ ବିଷୟରେ ପଚାରି ବୁଝିବା ସହ ଆଗାମୀ ସାଧାରଣ ନିର୍ବାଚନ ପାଇଁ ଦଳୀୟ ସଙ୍ଗଠନକୁ ଅଧିକ ମଜଭୁତ କରିବାକୁ ପରାମର୍ଶ ଦେଇଛନ୍ତି ବୋଲି ଆଲୋଚନା ହେଉଛି। ଏହି ଅବସରରେ ପୂର୍ବତନ କର୍ପୋରେଟର ତଥା ବିଜେଡି ନେତ୍ରୀ ସଙ୍ଗୀତା ଶର୍ମା ତାଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ କିଛି ସମୟ ଧରି ବାର୍ତ୍ତାଳାପ ହୋଇଥିଲା। ଏହି ଘଟଣା କଟକ ରାଜନୀତିକୁ ଅଧିକ ଚର୍ଚ୍ଚାର ଖୋରାକ ଯୋଗାଇଛି। ପରେ ଉପସ୍ଥିତ ଥିବା ଦଳୀୟ ନେତା ଓ କର୍ମୀଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଲଡ଼ୁ ଖୁଆଇ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିବସ ପାଳନ କରିଥିଲେ। କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ କଟକ ଗସ୍ତ ଅବସରରେ ମନ୍ଦିର ପରିସରରେ ଚା’ ପିଇ ଦଳୀୟ ନେତା ଓ କର୍ମୀଙ୍କ ସହ କଥାବାର୍ତ୍ତା ହେବା ଏକପ୍ରକାର ଚା’ ଖଟିର ଦୃଶ୍ୟକୁ ଉଜ୍ଜୀବିତ କରିଛି, ଯାହାକି ନିର୍ବାଚନ ପୂର୍ବରୁ ଏବେ କଟକରେ ପୁନର୍ବାର ଏଭଳି ଦୃଶ୍ୟ ଦେଖିବାକୁ ମିଳିପାରେ ବୋଲି ଆଲୋଚନା ହେଉଛି। କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଭାଜପାର ବରିଷ୍ଠ ନେତା ନୟନ ମହାନ୍ତି, ପୂର୍ବତନ ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ନଗର ସଭାପତି ଲଲାଟେନ୍ଦୁ ବଡ଼ୁ, ଅଭିନେତା ତଥା ନେତା ଶ୍ରୀତମ ଦାସଙ୍କ ସମେତ ଅନ୍ୟ ନେତା ଓ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri