ଦଳୀୟ ନେତାଙ୍କ ସହ ଚା’ ପିଇ ଧର୍ମେନ୍ଦ୍ରଙ୍କ ଆଲୋଚନା

କଟକ,୨3।୧(ଶିଳ୍ପା ପ୍ରିୟଦର୍ଶିନୀ):ଅଯୋଧ୍ୟା ରାମମନ୍ଦିରରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ କାଳିଆବୋଦାସ୍ଥିତ ଶ୍ୟାମାକାଳୀ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ପରେ ସେ ୧୫ ମିନିଟ୍‌ ପର୍ଯ୍ୟନ୍ତ ମନ୍ଦିର ପରିସରରେ ଅତିବାହିତ କରିବା ସହ ସହ ଚା’ ପିଇଥିଲେ। ଏହି ସମୟରେ ଧର୍ମେନ୍ଦ୍ର କଟକର ଭାଜପା ନେତାମାନଙ୍କ ସହିତ ସେପରି କୌଣସି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ପ୍ରସଙ୍ଗରେ ଆଲୋଚନା କରି ନ ଥିଲେ ମଧ୍ୟ ଦଳର କାର୍ଯ୍ୟ ବିଷୟରେ ପଚାରି ବୁଝିବା ସହ ଆଗାମୀ ସାଧାରଣ ନିର୍ବାଚନ ପାଇଁ ଦଳୀୟ ସଙ୍ଗଠନକୁ ଅଧିକ ମଜଭୁତ କରିବାକୁ ପରାମର୍ଶ ଦେଇଛନ୍ତି ବୋଲି ଆଲୋଚନା ହେଉଛି। ଏହି ଅବସରରେ ପୂର୍ବତନ କର୍ପୋରେଟର ତଥା ବିଜେଡି ନେତ୍ରୀ ସଙ୍ଗୀତା ଶର୍ମା ତାଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ କିଛି ସମୟ ଧରି ବାର୍ତ୍ତାଳାପ ହୋଇଥିଲା। ଏହି ଘଟଣା କଟକ ରାଜନୀତିକୁ ଅଧିକ ଚର୍ଚ୍ଚାର ଖୋରାକ ଯୋଗାଇଛି। ପରେ ଉପସ୍ଥିତ ଥିବା ଦଳୀୟ ନେତା ଓ କର୍ମୀଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଲଡ଼ୁ ଖୁଆଇ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିବସ ପାଳନ କରିଥିଲେ। କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ କଟକ ଗସ୍ତ ଅବସରରେ ମନ୍ଦିର ପରିସରରେ ଚା’ ପିଇ ଦଳୀୟ ନେତା ଓ କର୍ମୀଙ୍କ ସହ କଥାବାର୍ତ୍ତା ହେବା ଏକପ୍ରକାର ଚା’ ଖଟିର ଦୃଶ୍ୟକୁ ଉଜ୍ଜୀବିତ କରିଛି, ଯାହାକି ନିର୍ବାଚନ ପୂର୍ବରୁ ଏବେ କଟକରେ ପୁନର୍ବାର ଏଭଳି ଦୃଶ୍ୟ ଦେଖିବାକୁ ମିଳିପାରେ ବୋଲି ଆଲୋଚନା ହେଉଛି। କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଭାଜପାର ବରିଷ୍ଠ ନେତା ନୟନ ମହାନ୍ତି, ପୂର୍ବତନ ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ନଗର ସଭାପତି ଲଲାଟେନ୍ଦୁ ବଡ଼ୁ, ଅଭିନେତା ତଥା ନେତା ଶ୍ରୀତମ ଦାସଙ୍କ ସମେତ ଅନ୍ୟ ନେତା ଓ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri