ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର ଓଡ଼ିଆଙ୍କ ହାତରେ ରହିବ ବୋଲି ଖୋଦ୍‌ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ତେବେ ନବୀନବାବୁଙ୍କ ଏପରି ପ୍ରୟାସ ବଡ଼ ଆକାରରେ ବିଫଳ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ମଙ୍ଗଳବାର ସମ୍ବଲପୁର, ଢେଙ୍କାନାଳର ପରଜଙ୍ଗ ଏବଂ କେନ୍ଦୁଝରରେ ଆୟୋଜିତ ‘ବିଜୟ ସଂକଳ୍ପ ସମାବେଶ’ରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି, ଦୀର୍ଘ ୨୫ ବର୍ଷର ସରକାରରେ ରାଜ୍ୟରେ ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟସେବା, ଦାଦନ ସମସ୍ୟା ଚିନ୍ତାଜନକ। ୨୫ ବର୍ଷର ଅପାରଗ ସରକାର ବିରୋଧରେ ପ୍ରବଳ ଜନମତ ରହିଛି। ପିଇବା ପାଣି ପାଇଁ ମୋଦି ଓଡ଼ିଶାକୁ ୧୦ ହଜାର ଟଙ୍କା ପଠାଇଛନ୍ତି। କିନ୍ତୁ ଏଠାକାର ବିଜେଡି ସରକାର ତାମିଲ କଣ୍ଟ୍ରାକ୍ଟରଙ୍କୁ ପୋଷି ଲୋକଙ୍କୁ ପାଣି ଦେଉନାହିଁ। ଓଡ଼ିଆ ଲୋକଙ୍କ ପଇସାରେ ବାହାର ରାଜ୍ୟର ଠିକାଦାରଙ୍କୁ ପୋଷାଯାଉଛି। ମୁଖ୍ୟମନ୍ତ୍ରୀ ଶାସନରେ ନାହାନ୍ତି, ଠିକାରେ ଶାସନ ଚାଲିଛି। ବିଜେଡି ମନରେ ପରାଜୟର ଡର ଘାରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଗାଳି କରିବାକୁ ପଛାଉନାହିଁ। ପ୍ରଧାନମନ୍ତ୍ରୀଙ୍କ ପ୍ରତି ହେଉଥିବା ଅପମାନକୁ ଲୋକେ ସହିବେ ନାହିଁ, ଭୋଟରେ ଜବାବ ଦେବେ। ଓଡ଼ିଶାରେ ଏଥର ଓଡ଼ିଆ ଭାଷା ସଂସ୍କୃତି ଆଧାରରେ ସରକାର ହେବ। ମୋଦିଙ୍କ ଡବଲ ଇଞ୍ଜିନ ସରକାର କରିବା ପାଇଁ ଲୋକମାନେ ମନ ସ୍ଥିର କରିସାରିଛନ୍ତି। ଓଡ଼ିଶାର ଶାସନ ଓଡ଼ିଆ ଲୋକଙ୍କ ହାତରେ ରହିବ। ଗରିବଙ୍କୁ ମୌଳିକ ସୁବିଧା, ଚାଷୀଙ୍କ କଲ୍ୟାଣ ସହ ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା, ମହିଳାଙ୍କୁ ସ୍ବାବଲମ୍ବୀ କରିବା ସହ ଯୁବବର୍ଗଙ୍କୁ ରୋଜଗାର ଦେବାର ଗ୍ୟାରେଣ୍ଟି ମୋଦି ଦେଇଛନ୍ତି। ଭାଜପା ସରକାର ହେଲେ ଧାନର ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ହେବ। ଧାନ କିଣିବାର ୪୮ ଘଣ୍ଟା ମଧ୍ୟରେ ବ୍ୟାଙ୍କ ଖାତାରେ ଏହି ଅର୍ଥ ଦିଆଯିବ। ସୁଭଦ୍ରା ଯୋଜନାରେ ମହିଳାଙ୍କୁ ୫୦ ହଜାର ଟଙ୍କା ମୂଲ୍ୟର ଭାଉଚର ଦିଆଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାକୁ ଅଧିକ ୧୫ ଲକ୍ଷ ଘର ପ୍ରଦାନ କରାଯିବ। ସବୁ ଘରେ ପିଇବା ପାଣି, ଶୌଚାଳୟ, ଗ୍ୟାସ୍‌ର ବ୍ୟବସ୍ଥା ହେବ। କଳା, ସଂସ୍କୃତି, ପରମ୍ପରା, ବୀର ସଂଗ୍ରାମୀଙ୍କ ଭୂମିରେ ଶାହାଙ୍କ ପ୍ରତି ଜନତାଙ୍କ ଅମାପ ସମର୍ଥନ ରାଜ୍ୟରେ ପରିବର୍ତ୍ତନର ବଡ ପ୍ରତିଫଳନ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଆଗାମୀ ୫ ବର୍ଷରେ ଓଡ଼ିଶା ୧ ନମ୍ବର ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri