ଭୋଟ ହାର ବଢ଼ିବା ଯୋଗୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ବର,୧୬।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳକୁ ସ୍ବୀକାର କରିବା ସହ ଭାଜପାର ଭୋଟ ହାର ବୃଦ୍ଧି ପାଇଁ ଝାରସୁଗୁଡ଼ାବାସୀ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଟୁଇଟ୍‌ ଯୋଗେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳକୁ ତାଙ୍କ ଦଳ ସ୍ବୀକାର କରୁଛି। ପୂର୍ବ ନିର୍ବାଚନ ଅପେକ୍ଷା ଚଳିତ ଉପନିର୍ବାଚନରେ ଭାଜପାର ଭୋଟ ହାର ବୃଦ୍ଧି ପାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ଧନ୍ୟବାଦ। ଏହି ନିର୍ବାଚନରେ ଭାଜପାର କାର୍ଯ୍ୟକର୍ତ୍ତାମାନେ ଅକ୍ଳାନ୍ତ ପରିଶ୍ରମ କରି ଭୋଟ ହାର ବଢ଼ାଇ ଥିବାରୁ ସମସ୍ତଙ୍କୁ ଧନ୍ୟବାଦ। ଯୁବନେତା ଟଙ୍କଧର ତ୍ରିପାଠୀଙ୍କ ଉପରେ ଭରସା ରଖି ଝାରସୁଗୁଡ଼ାବାସୀ ଆଶୀର୍ବାଦ କରିଛନ୍ତି। ଆଗାମୀ ଦିନରେ ଟଙ୍କଧର ଜନସାଧାରଣଙ୍କ ଆଶା ଆକାଂକ୍ଷା ପୂରଣ କରିବେ। ଦଳର ସଙ୍ଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନା ସମେତ ଲୋକ ସମ୍ପର୍କ ମାଧ୍ୟମରେ ଜନସାଧାରଣଙ୍କ ବିଶ୍ୱାସ ହାସଲ କରିବା ପାଇଁ ଚେଷ୍ଟା କରିବୁ। ବିଜୟୀ ହୋଇଥିବା ଦୀପାଳି ଦାସଙ୍କୁ ଧର୍ମେନ୍ଦ୍ର ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri