୪ ରାଜ୍ୟର ଫଳାଫଳ ନେଇ କୃତଜ୍ଞତା ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ଦେଶର ୪ ରାଜ୍ୟ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ମଣିପୁର ଏବଂ ଗୋଆରେ ଭାଜପା ପ୍ରତି ଅଭୂତପୂର୍ବ ଜନାଦେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଉପରେ ଥିବା ପ୍ରଗାଢ଼ ବିଶ୍ୱାସର ପ୍ରମାଣ ବୋଲି ଟୁଇଟ୍‌୍‌ କରି ଉତ୍ତରପ୍ରଦେଶ ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି, ମାଆ, ଭଉଣୀମାନେ ସ୍ପଷ୍ଟ ମତ ଦେଇ ନୂଆ ଭାରତ ଜନକଲ୍ୟାଣ, ଜନଭାଗୀଦାରି, ସ୍ବଚ୍ଛ ଶାସନ ଏବଂ ପ୍ରଗତିଶୀଳ ରାଜନୀତିକୁ ସମର୍ଥନ କରିଛନ୍ତି। ଏହା ସ୍ପଷ୍ଟ କରୁଛି ଭାରତରେ ଜନକଲ୍ୟାଣ ବିକାଶ ଏବଂ ସୁଶାସନର ରାଜନୀତିର କୌଣସି ବିକଳ୍ପ ନାହିଁ। ଏହି ଅଭୂତପୂର୍ବ ବିଜୟ ଦେଶରେ ଭାଜପା ସମର୍ଥନରେ ଥିବା ଜନାଦେଶ ଏବଂ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଥିବା ବିଶ୍ୱାସକୁ ପ୍ରମାଣିତ କରୁଛି। ଏହି ଜନାଦେଶରୁ ଯେଉଁ ପାର୍ଟି ବଂଶବାଦ, ତୁଷ୍ଟୀକରଣ ଓ ଜାତିବାଦକୁ ନେଇ ରାଜନୀତି କରନ୍ତି ସେମାନଙ୍କ ପାଇଁ ସ୍ଥାନ ନାହିଁ ବୋଲି ଜନାଦେଶରୁ ସ୍ପଷ୍ଟ ହୋଇଛି। ୨୦୧୪, ୨୦୧୭, ୨୦୧୯ ପରେ ଏବେ ୨୦୨୨ରେ ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ, ସର୍ବସ୍ପର୍ଶୀ ନେତୃତ୍ୱ, ସୁଶାସନ ଏବଂ ‘ସବ୍‌କା ସାଥ୍‌, ସବ୍‌କା ବିକାଶ ଏବଂ ସବ୍‌କା ବିଶ୍ୱାସ’ର ମନ୍ତ୍ରରେ ମୋହର ଲଗାଇ ଭାଜପାକୁ ଆଶୀର୍ବାଦ କରିଥିବାରୁ ଉତ୍ତରପ୍ରଦେଶବାସୀଙ୍କୁ ଧର୍ମେନ୍ଦ୍ର କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri