ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ ସିଧାସଳଖ ପ୍ରତିଦିନ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି।

ପତ୍ରରେ ସେ ଉଲ୍ଲେଖ କରିଛନ୍ତି, ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ବିଭିନ୍ନ ଅଞ୍ଚଳରେ ପ୍ରାୟ ୧୦ହଜାରରୁ ଉର୍ଦ୍ଧ୍ୱ ଓଡ଼ିଆ ବସବାସ କରୁଛନ୍ତି। ଭୁବନେଶ୍ୱରରୁ ଦୁବାଇ ଏବଂ ଦୁବାଇରୁ ଭୁବନେଶ୍ୱର ସିଧାସଳଖ ବିମାନସେବା ପାଇଁ ଦୀର୍ଘ ଦିନ ଧରି ଦାବି ହୋଇଆସୁଛି। ଦୁଇ ସହର ମଧ୍ୟରେ ସିଧାସଳଖ ବିମାନସେବା ଆରମ୍ଭ ହେଲେ ଓଡ଼ିଆ ଲୋକଙ୍କ ପାଇଁ ଅନ୍ତରାଷ୍ଟ୍ରୀୟ ଯାତାୟତର ଦ୍ୱାର ଫିଟିବ। ଏପରି କି କଳାତ୍ମକ, ହସ୍ତତନ୍ତ ଓ କୃଷି ଆଧାରିତ ସାମଗ୍ରୀ ବ୍ୟବସାୟ ଦ୍ୱାରା ରାଜ୍ୟର ଅର୍ଥନୀତି ଗତିଶୀଳ ହେବ। ଏଥିସହିତ ଅନ୍ତରାଷ୍ଟ୍ରୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ ବୋଲି ପ୍ରଧାନ କହିଛନ୍ତି। ରାଜଧାନୀ ଭୁବନେଶ୍ୱର ସହ ସିଧାସିଧା ଅନ୍ତରାଷ୍ଟ୍ରୀୟ ବିମାନ ଯୋଗାଯୋଗ ପୂର୍ବ ଭାରତର ବିକାଶର ସମ୍ଭାବନାକୁ ଆହୁରି ଶକ୍ତିଶାଳୀ କରିବ।


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri