ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଜାଣନ୍ତୁ କ’ଣ ରହିଛି କାରଣ

ଭୁବନେଶ୍ୱର, ୧୬।୭(ସୁନିତ୍‌ ମିଶ୍ର): ସାବରମତୀ, କାଶୀ ଓ ବାରାଣସୀ ଭଳି ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ଅଧୀନରେ ବିକଶିତ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। କେନ୍ଦ୍ର ସରକାର ‘ବିକାଶ ବି ବିରାସତ୍‌ ବି’ ଅଧୀନରେ ପରମ୍ପରା ଓ ଆଧୁନିକତା ମଧ୍ୟରେ ଥିବା ସମାନତାଗୁଡ଼ିକ ଉପରେ ଗୁରୁତ୍ୱ ଦେଉଥିବା ବିଷୟ ଉଲ୍ଲେଖ କରିଛନ୍ତି। ସରକାର ବହୁ ପୁରୁଣା ଐତିହ୍ୟ ଏବଂ ସଂସ୍କୃତିର ସଂରକ୍ଷଣ କରିବା ସହିତ ଜନସାଧାରଣଙ୍କ ସୁବିଧା ପାଇଁ ଭବିଷ୍ୟତର ଜ୍ଞାନକୌଶଳ ଓ ଭିତ୍ତିଭୂମି ସହିତ ଆଧୁନିକୀକରଣ କରୁଛନ୍ତି। ଓଡ଼ିଶା ମଧ୍ୟ ଅନେକ ପୀଠ, ମନ୍ଦିର, ଐତିହ୍ୟସ୍ଥଳୀ ଓ ପ୍ରାକୃତିକ ଆକର୍ଷଣସ୍ଥଳୀରେ ପରିପୂର୍ଣ୍ଣ ରହିଛି। ଅନେକ ନଦୀ ଓ ଐତିହାସିକ ସ୍ଥଳୀରେ ପୂର୍ଣ୍ଣ ଓଡ଼ିଶା ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ବିକଶିତ କରିବାର ଅନନ୍ୟ ସୁଯୋଗ ପ୍ରଦାନ କରୁଛି। ମହାନଦୀ କୂଳରେ ଅବସ୍ଥିତ ସମ୍ବଲପୁରର ଐତିହାସିକ ମହତ୍ତ୍ୱ ଓ ପ୍ରାକୃତିକ ଆକର୍ଷଣ ରହିଛି। ମହାନଦୀ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବିଶ୍ୱସ୍ତରୀୟ ରିଭରଫ୍ରଣ୍ଟ ପ୍ରକଳ୍ପରେ ପରିଣତ କରିବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରୁଛି। ସମ୍ବଲପୁରର ଆଧ୍ୟାତ୍ମିକ ଐତିହ୍ୟକୁ ସୁରକ୍ଷିତ ରଖିବା ସହ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ତଥା ମହାନଦୀର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଯୋଗ କରିବା ଉପରେ ବିଶେଷ ଦୃଷ୍ଟି ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ମହାନଦୀ ପାର୍ଶ୍ୱରେ ଥିବା ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ ଅତ୍ୟାଧୁନିକ ଜ୍ଞାନକୌଶଳ ସାହାଯ୍ୟରେ ପୁନରୁଦ୍ଧାର କରାଯାଇ ରିଭରଫ୍ରଣ୍ଟ ଥିବା ୭ କିଲୋମିଟର ଲମ୍ବା ଜଳାଶୟ ସୃଷ୍ଟି କରିବାର ଆବଶ୍ୟକତା ରହିଛି। ଏହି ପୁରୁଣା ବନ୍ଧର ନବୀକରଣ ଦ୍ୱାରା ଜଳଭଣ୍ଡାର କ୍ଷମତା ଯଥେଷ୍ଟ ବୃଦ୍ଧି ପାଇବ। ଏହି ଜଳଭଣ୍ଡାର ହୀରାକୁଦ ଜଳଭଣ୍ଡାରର ବିଦ୍ୟୁତ୍‌ ଚ୍ୟାନେଲରୁ ବାହାରୁଥିବା ଜଳକୁ ପ୍ରଭାବଶାଳୀ ଭାବେ ଉପଯୋଗ କରିପାରିବ ଏବଂ ପ୍ରସ୍ତାବିତ ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ପାଇଁ ମହାନଦୀରେ ଆବଶ୍ୟକ ପୋଖରୀ ସୃଷ୍ଟି କରିପାରିବ। ସେହିପରି ବିଦ୍ୟମାନ ଅଚଳ ସ୍ଲୁଇସ୍‌ଗୁଡ଼ିକୁ ପୁନରୁଦ୍ଧାର କରାଯାଇପାରିବ କିମ୍ବା ବନ୍ଧକୁ ସୁରୁଖୁରୁରେ ଚଳାଇବା ପାଇଁ ନୂତନ ଢାଞ୍ଚା ସହିତ ବଦଳାଯାଇପାରିବ। ଅଯୋଧ୍ୟା ସାଗର ବନ୍ଧର ଆଧୁନିକୀକରଣ ବ୍ୟତୀତ ଉଭୟ ନଦୀକୁ ମଜଭୁତ କରାଯିବ। ବୋଟିଂ ସୁବିଧା ସହ ସ୍ନାନ ଘାଟ (ଜେଟି ନଦୀ) ଏବଂ ଆରତି ଘାଟ ନିକଟରେ ଥିବା ଦଳଗୁଡ଼ିକୁ ସଫା କରାଯାଇ ନଦୀକୂଳରେ ଠିକ୍‌ ଭାବେ ଜଳ ଯୋଗାଣ କରାଯାଇପାରିବ। ଏହାବ୍ୟତୀତ ସମ୍ବଲପୁର ସହରରେ ଡ୍ରେନେଜ୍‌ ସମସ୍ୟାକୁ ହ୍ରାସ କରିବା ପାଇଁ ପ୍ରସ୍ତାବିତ ପୋଖରୀକୁ ସଂଯୋଗ କରୁଥିବା ସମସ୍ତ ନାଳରେ ସ୍ଲୁଇସର ଆବଶ୍ୟକ ବ୍ୟବସ୍ଥା କରାଯାଇପାରେ। ସମ୍ବଲପୁର ମହାନଦୀ କୂଳରେ ଉପରୋକ୍ତ ରିଭରଫ୍ରଣ୍ଟ ଉନ୍ନୟନ ପ୍ରକଳ୍ପ ଏକ ରୋମାଞ୍ଚକର ଦୃଶ୍ୟ ସୃଷ୍ଟି କରିଛି। ଏଠାରେ ପାର୍କ, ୱାକ୍‌ ୱେ, ଜିମ୍‌, ଆମ୍ଫିଥିଏଟର, ଆରତୀ ଘାଟ ଏବଂ ନଦୀ କୂଳରେ ଗାଧୋଇବା ଭଳି ସୁବିଧା ସୁଯୋଗ ସୃଷ୍ଟି କରିପାରିବା ଦରକାର। ରାଜ୍ୟବାସୀଙ୍କ ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବକୁ ବ୍ୟକ୍ତିଗତ ଭାବେ ବିଚାର କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri