ହାତୀ,ବନ୍ୟପ୍ରାଣୀଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିବା ସହ ସେମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପଦକ୍ଷେପ ନେବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି, ଗତ ୧ ଦଶନ୍ଧି ମଧ୍ୟରେ ଓଡ଼ିଶାରେ ୭୮୪ ହାତୀ ପ୍ରାଣ ହରାଇବା ଦୁର୍ଭାଗ୍ୟର ବିଷୟ। ଏଥିମଧ୍ୟରୁ କେବଳ ଗତ ୩ ବର୍ଷ ଭିତରେ ୨୪୫ ହାତୀଙ୍କର ମୃତ୍ୟୁ ଘଟିଛି। ପ୍ରତିବର୍ଷ ହାରାହାରି ୮୦ ହାତୀ ମୃତ୍ୟୁବରଣ କରୁଛନ୍ତି। ଚଳିତ ବର୍ଷ କେବଳ ମାର୍ଚ୍ଚରେ ୭ ହାତୀ ମୃତ୍ୟୁମୁଖରେ ପଡ଼ିଛନ୍ତି, ଯାହା ଗତ ୩ବର୍ଷ ମଧ୍ୟରେ ସର୍ବାଧିକ। ଅଧିକାଂଶ ହାତୀ ବିଦ୍ୟୁତ୍‌ ଆଘାତ, ରୋଗ ଅଥବା ଟ୍ରେନ୍‌, ସଡ଼କ ଦୁର୍ଘଟଣାର ଶିକାର ହେବା ପରିତାପର ବିଷୟ। ହାତୀ ଓ ବହୁ ହଜାର ବନ୍ୟପ୍ରାଣୀଙ୍କ ଏଭଳି ଅଭାବନୀୟ ମୃତ୍ୟୁ ଘଟୁଛି। ୨୦୧୭-୧୮ରୁ ୨୦୨୧-୨୨ ମଧ୍ୟରେ ଓଡ଼ିଶାରେ ୪୧୬ଟି ହାତୀଙ୍କୁ ମିଶାଇ ସମୁଦାୟ ୨,୭୭୬ଟି ବନ୍ୟଜନ୍ତୁଙ୍କର ମୃତ୍ୟୁ ଘଟିଛି। ସେହିପରି, ହାତୀ-ମଣିଷ ସଂଘର୍ଷ ବେଳକୁ ବେଳ ଉତ୍କଟ ହେବାରେ ଲାଗିଛି। ଆମ ରାଜ୍ୟରେ ହାତୀ ଆକ୍ରମଣରେ ୬୬୯ ଜଣ ଲୋକ ଓ ୭୪୧ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ୯,୧୫୧ ବାସଗୃହ କ୍ଷତିଗ୍ରସ୍ତ ହୋଇଛି। ହାତୀମାନଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷିତ ଅଞ୍ଚଳ ନେଟ୍‌ୱର୍କର ସମ୍ପ୍ରସାରଣ ଏବଂ ‘ପ୍ରୋଜେକ୍ଟ ଏଲିଫ୍ୟାଣ୍ଟ’ ଆରମ୍ଭ କରିବା ଦିଗରେ କେନ୍ଦ୍ର ସରକାରଙ୍କ ପ୍ରୟାସ ହିଁ ଗଜରାଜଙ୍କ ସୁରକ୍ଷାର ଏକ ଶକ୍ତ ମୂଳଦୁଆ ପକାଇଛି। ତେଣୁ କେନ୍ଦ୍ର ସରକାରଙ୍କ ପରି ସାରା ଓଡ଼ିଶାରେ ହାତୀର ସୁରକ୍ଷିତ ତଥା ଅବାଧ ବିଚରଣକୁ ସୁନିଶ୍ଚିତ କରିବା ରାଜ୍ୟ ସରକାରଙ୍କ ସମୟୋଚିତ ହସ୍ତକ୍ଷେପ ଅତି ଜରୁରୀ ବୋଲି ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri