ହାତୀ,ବନ୍ୟପ୍ରାଣୀଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିବା ସହ ସେମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପଦକ୍ଷେପ ନେବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି, ଗତ ୧ ଦଶନ୍ଧି ମଧ୍ୟରେ ଓଡ଼ିଶାରେ ୭୮୪ ହାତୀ ପ୍ରାଣ ହରାଇବା ଦୁର୍ଭାଗ୍ୟର ବିଷୟ। ଏଥିମଧ୍ୟରୁ କେବଳ ଗତ ୩ ବର୍ଷ ଭିତରେ ୨୪୫ ହାତୀଙ୍କର ମୃତ୍ୟୁ ଘଟିଛି। ପ୍ରତିବର୍ଷ ହାରାହାରି ୮୦ ହାତୀ ମୃତ୍ୟୁବରଣ କରୁଛନ୍ତି। ଚଳିତ ବର୍ଷ କେବଳ ମାର୍ଚ୍ଚରେ ୭ ହାତୀ ମୃତ୍ୟୁମୁଖରେ ପଡ଼ିଛନ୍ତି, ଯାହା ଗତ ୩ବର୍ଷ ମଧ୍ୟରେ ସର୍ବାଧିକ। ଅଧିକାଂଶ ହାତୀ ବିଦ୍ୟୁତ୍‌ ଆଘାତ, ରୋଗ ଅଥବା ଟ୍ରେନ୍‌, ସଡ଼କ ଦୁର୍ଘଟଣାର ଶିକାର ହେବା ପରିତାପର ବିଷୟ। ହାତୀ ଓ ବହୁ ହଜାର ବନ୍ୟପ୍ରାଣୀଙ୍କ ଏଭଳି ଅଭାବନୀୟ ମୃତ୍ୟୁ ଘଟୁଛି। ୨୦୧୭-୧୮ରୁ ୨୦୨୧-୨୨ ମଧ୍ୟରେ ଓଡ଼ିଶାରେ ୪୧୬ଟି ହାତୀଙ୍କୁ ମିଶାଇ ସମୁଦାୟ ୨,୭୭୬ଟି ବନ୍ୟଜନ୍ତୁଙ୍କର ମୃତ୍ୟୁ ଘଟିଛି। ସେହିପରି, ହାତୀ-ମଣିଷ ସଂଘର୍ଷ ବେଳକୁ ବେଳ ଉତ୍କଟ ହେବାରେ ଲାଗିଛି। ଆମ ରାଜ୍ୟରେ ହାତୀ ଆକ୍ରମଣରେ ୬୬୯ ଜଣ ଲୋକ ଓ ୭୪୧ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ୯,୧୫୧ ବାସଗୃହ କ୍ଷତିଗ୍ରସ୍ତ ହୋଇଛି। ହାତୀମାନଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷିତ ଅଞ୍ଚଳ ନେଟ୍‌ୱର୍କର ସମ୍ପ୍ରସାରଣ ଏବଂ ‘ପ୍ରୋଜେକ୍ଟ ଏଲିଫ୍ୟାଣ୍ଟ’ ଆରମ୍ଭ କରିବା ଦିଗରେ କେନ୍ଦ୍ର ସରକାରଙ୍କ ପ୍ରୟାସ ହିଁ ଗଜରାଜଙ୍କ ସୁରକ୍ଷାର ଏକ ଶକ୍ତ ମୂଳଦୁଆ ପକାଇଛି। ତେଣୁ କେନ୍ଦ୍ର ସରକାରଙ୍କ ପରି ସାରା ଓଡ଼ିଶାରେ ହାତୀର ସୁରକ୍ଷିତ ତଥା ଅବାଧ ବିଚରଣକୁ ସୁନିଶ୍ଚିତ କରିବା ରାଜ୍ୟ ସରକାରଙ୍କ ସମୟୋଚିତ ହସ୍ତକ୍ଷେପ ଅତି ଜରୁରୀ ବୋଲି ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri