କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳୁ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଏହାକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏନେଇ ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶକଙ୍କୁ ଚିଠି ଲେଖି ଏହି ପ୍ରସଙ୍ଗରେ ବ୍ୟକ୍ତିଗତ ହସ୍ତକ୍ଷେପ ଲାଗି ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ଓଡ଼ିଶାରେ ବିଶେଷକରି ଭୁବନେଶ୍ୱର ନିକଟରେ ଦ୍ୱିତୀୟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବାର ଆବଶ୍ୟକତା ରହିଛି। ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ ଓଡ଼ିଶାର ଶିକ୍ଷାବିତ୍‌ ଦୀର୍ଘଦିନରୁ ଦାବି ହୋଇ ଆସୁଛି। ବିହାର ଏବଂ ଆନ୍ଧ୍ରପ୍ରଦେଶ ଭଳି ପଡୋଶୀ ରାଜ୍ୟ ସହ ତୁଳନା କରାଗଲେ ବିହାରରେ ୪ ଏବଂ ଆନ୍ଧ୍ରପ୍ରଦେଶରେ ୩ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଛି। ମାତ୍ର ଓଡ଼ିଶାରେ କେବଳ କୋରାପୁଟରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଥିବାବେଳେ ଏହାଦ୍ୱାରା କେବଳ ଦକ୍ଷିଣ ଓଡ଼ିଶାର ଛାତ୍ରୀଛାତ୍ର ଲାଭ ପାଉଛନ୍ତି। ଭୁବନେଶ୍ୱର ଆଗାମୀ ଦିନରେ ପୂର୍ବ ଭାରତର ଅର୍ଥନୀତି ଓ ଶିକ୍ଷା କ୍ଷେତ୍ରର ପେଣ୍ଠସ୍ଥଳି ହେବ। ଉକତ୍ଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଲେ ଉପକୂଳ ଏବଂ ପୂର୍ବ ଓଡ଼ିଶାର ଛାତ୍ରୀଛାତ୍ରମାନେ ଉପକୃତ ହେବା ସହ ଏହି ଅଞ୍ଚଳରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହାସହ ଶିଳ୍ପ ଓ ଶିକ୍ଷାବିତ୍‌ଙ୍କ ମଧ୍ୟରେ ସମନ୍ବୟ ତିଆରି ହେବା ସହ ଅତ୍ୟାଧୁନିକ ଗବେଷଣାକୁ ପ୍ରୋତ୍ସାହନ ଦେବ। ୭୫ ବର୍ଷର ଐତିହ୍ୟ ଏବଂ ପରମ୍ପରାର ଉକତ୍ଳ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନକୁ ତଥା ଓଡ଼ିଶାର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା, କଲ୍ୟାଣ ଏବଂ ଦେଶର ଉଚ୍ଚ ଶିକ୍ଷା ଅନୁଷ୍ଠାନକୁ ସଶକ୍ତ କରିବା ଜରୁରୀ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri