ଧର୍ମେନ୍ଦ୍ରଙ୍କ ବଡ଼ ଭବିଷ୍ୟବାଣୀ: ଯୁବରାଜଙ୍କ ସ୍ବପ୍ନ ରହିଯିବ ଅଧୁରା, ତୃତୀୟଥର ପାଇଁ ଭାଜପା…

ଭୁବନେଶ୍ୱର, ୧୩।୯(ସୁନିତ୍‌ ମିଶ୍ର):ହରିୟାଣାରେ ୩ୟ ଥର ପାଇଁ ଭାଜପା ସରକାର ଗଠନ କରିବ। ଭାଜପାକୁ ଭୋଟ ଦେବା ପାଇଁ ହରିୟାଣାର ଜନସାଧାରଣ ମନ ବଳାଇସାରିଛନ୍ତି ବୋଲି ଗୁରୁବାର ପାନିପତ ଏବଂ ସମଲଖା ବିଧାନସଭା ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ଶୋଭାଯାତ୍ରାରେ ସାମିଲହେବା ସହ ନିର୍ବାଚନ ପ୍ରଚାର କରିବା ଅବସରରେ ହରିୟାଣା ଭାଜପାର ନିର୍ବାଚନ ପ୍ରଭାରୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି।
ଧର୍ମେନ୍ଦ୍ର ଏକ ବିଶାଳ ଜନସଭାକୁ ସମ୍ବୋଧିତକରି କହିଛନ୍ତି, ଭାଜପା ପ୍ରାର୍ଥୀଙ୍କ ପାଇଁ ଲୋକଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ, ଆଶୀର୍ବାଦ ଏବଂ ଜନ ସମର୍ଥନ ରହିଛି। ଗୋଟିଏ ପାର୍ଶ୍ୱରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଦଳୀୟ ପ୍ରାର୍ଥୀଙ୍କ ପ୍ରତି ଜନତାଙ୍କ ଆତ୍ମବିଶ୍ୱାସ ବଢ଼ିଛି। ଅପରପକ୍ଷରେ ଦେଶକୁ ଅପମାନିତ କରୁଥିବା ଲୋକମାନଙ୍କୁ ହରାଇବା ପାଇଁ ଜନସାଧାରଣ ସଂକଳ୍ପ ନେଇସାରିଛନ୍ତି। ସଂରକ୍ଷଣ ବନ୍ଦ କରିବାର ସ୍ବପ୍ନ ଦେଖିଥିବା କଂଗ୍ରେସର ଯୁବରାଜଙ୍କ ଆଶା କେବେ ପୂରଣ ହେବନାହିଁ। କଂଗ୍ରେସର ଯୁବରାଜ ଓ ସେମାନଙ୍କ ପ୍ରାର୍ଥୀଙ୍କୁ ହରିୟାଣାବାସୀ କଡ଼ା ଜବାବ ଦେବେ। ସେ କହିଛନ୍ତି, ଏବେ ୭୦ ବର୍ଷରୁ ଅଧିକ ବୟସର ନାଗରିକଙ୍କ ପାଇଁ ମୋଦି ସରକାର ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାରକରିବା ସହ କେନ୍ଦ୍ରମନ୍ତ୍ରୀ ଜନସାଧାରଣଙ୍କୁ ଭୋଟ ଦେବା ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri