ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ ସାହସପୁର ସରପଞ୍ଚ ସୁକାନ୍ତି ଜୟପୁରିଆଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ମିଶ୍ରଣ ପର୍ବରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ସମସ୍ତଙ୍କୁ ଦଳରେ ସ୍ବାଗତ କରିଥିଲେ। କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବା ସହ ରାଜ୍ୟରେ ଭାଜପା ସରକାର କରିବାକୁ ଆହ୍ବାନ ଦେଇଥିଲେ। କେନ୍ଦ୍ରମନ୍ତ୍ରୀ ତାଙ୍କ ଭାଷଣରେ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଦିଲ୍ଲୀରେ କଂଗ୍ରେସ ଶାସନ ଥିଲା ବେଳେ ଓଡ଼ିଶାକୁ ୩ ଲକ୍ଷ କୋଟି ଟଙ୍କା ମିଳିଥିଲା ବୋଲି କହିଛନ୍ତି। କିନ୍ତୁ ୨୦୧୪ରୁ ମୋଦି କ୍ଷମତାକୁ ଆସିବା ପରେ ୨୦୨୪ ଭିତରେ ୧୮ ଲକ୍ଷ କୋଟି ଟଙ୍କା ଓଡିଶାକୁ ଦେଇଛନ୍ତି। କିନ୍ତୁ ରାଜ୍ୟ ସରକାର ଏହି ଅର୍ଥକୁ ହରିଲୁଟ କରିଛନ୍ତି। ଝାରସୁଗୁଡା ଜିଲାକୁ ୬୫୦ କୋଟି ଟଙ୍କାର ୪୦ ହଜାର ଘର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆସିଛି। ଝାରସୁଗୁଡାରେ ୧ ଲକ୍ଷ ଘରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ ଲଗାଇଛୁ। ୪ ହଜାର କୋଟି ଟଙ୍କା ଝାରସୁଗୁଡାକୁ କେନ୍ଦ୍ରରୁ ଆସିଛି, ହେଲେ ଖର୍ଚ୍ଚ କରାଗଲାନି। ଡିଏମ୍‌ଏଫ୍‌ ଫଣ୍ଡ ବ୍ୟବହାର ଲଇକେରା ବ୍ଲକରେ ଖର୍ଚ୍ଚ କରାଯାଉ ନାହିଁ। ଡାକ୍ତର ଅଭାବ ଯୋଗୁ ଜିଲା ବାହାରକୁ ଯାଉଛନ୍ତି ଲୋକେ। ଜିଲାର ପଇସା ଅନେକ ଅଛି ହେଲେ ଏଠିକାର ଲୋକେ ତାହା ପାଇପାରୁ ନାହାନ୍ତି। ଓଡ଼ିଶାରେ ଘରେ ଘରେ ପିଇବା ପାଣି ପାଇଁ ୧୦ ହଜାର କୋଟି ଦେଇଛନ୍ତି ମୋଦ। ୮ଶହ କୋଟି ଟଙ୍କା ଖର୍ଚ୍ଚ କରି ବାକି ଟଙ୍କା ଆତ୍ମସାତ କରିଦେଲେ। ଯେଉଁ ରାଜ୍ୟରେ ସରକାରୀ ଦଳର ମନ୍ତ୍ରୀଙ୍କୁ ସରକାରଙ୍କ ପୋଲିସ ହତ୍ୟା କରୁଛି ତାକୁ ଆମେ ଶାସନ କହିବା କି ବୋଲି ପ୍ରଶ୍ନ କରିଛନ୍ତି ପ୍ରଧାନ। ଦେଶର ବିକାଶ ଧାରାରେ ଯୋଡି ହେବାକୁ ହେଲେ ରାଜ୍ୟରେ ଡବଲ ଇଞ୍ଜିନ ସରକାର କରିବାକୁ ପ୍ରଧାନ ଆହ୍ବାନ ଦେଇଥିଲେ। ଏହି ଅବସରରେ ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ସାଧାରଣ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?