ଡାକେଶ୍ୱରୀଙ୍କ ଆଶୀର୍ବାଦ ନେଇ ଧର୍ମେନ୍ଦ୍ରଙ୍କ ପ୍ରଚାର ଆରମ୍ଭ

ଅନୁଗୋଳ, (ଅମିତ କୁମାର ସାମଲ)/ ଛେଣ୍ଡିପଦା,୪ା୪ (ଅଜିତ ଧଳ)ଭାଜପାର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ତଥା ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନ ବୁଧବାରଠାରୁ ବିଧିବଦ୍ଧ ଭାବେ ତାଙ୍କର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମରେ ନୂତନ ଭାବେ ପ୍ରତିଷ୍ଠିତ ମା’ ଡାକେଶ୍ୱରୀଙ୍କ ଦର୍ଶନ କରିବା ସହ ବହୁ ସାଧୁସନ୍ଥ, ମହିମା ଧର୍ମାବଲମ୍ବୀ ଓ କୀର୍ତ୍ତନମଣ୍ଡଳୀଙ୍କ ଗହଣରେ ପ୍ରଧାନ ପ୍ରଚାରକୁ ଓହ୍ଲାଇଥିଲେ।
ଏହି ଅବସରରେ ପ୍ରଧାନ କହିଥିଲେ, ମା’ ଡାକେଶ୍ୱରୀଙ୍କ ଆଶୀର୍ବାଦ ନେଇ ‘ମୋଦି ପ୍ରଚାର ଅଭିଯାନ’ ଆରମ୍ଭ କରାଗଲା। ନରେନ୍ଦ୍ର ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବା ଏବଂ ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଏହି ପବିତ୍ର ଭୂମିରୁ ନିର୍ବାଚନ ପ୍ରଚାରର ଶୁଭାରମ୍ଭ ହେଲା। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଗରିବ କଲ୍ୟାଣ, ଆତ୍ମନିର୍ଭର ଭାରତ, ଭବିଷ୍ୟତରେ ଭାରତକୁ ନୂଆ ଶିଖରକୁ ନେବା ହେଉଛି ନିର୍ବାଚନର ମୂଳ ପ୍ରସଙ୍ଗ। ମୋଦିଙ୍କ ନେତୃତ୍ୱରେ ଭାରତ ନିଜର ସ୍ଥାନ ନିରୂପଣ କରିସାରିଛି। ଗରିବଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା ଆରମ୍ଭ ହୋଇଛି। ବିରୋଧୀ ଭ୍ରଷ୍ଟାଚାରୀଙ୍କୁ ସୁରକ୍ଷା ଦେଉଥିବା ବେଳେ ମୋଦି ସେମାନଙ୍କୁ ହଟାଇବାରେ ଲାଗିଛନ୍ତି। ବିକଶିତ ଓଡ଼ିଶା ଓ ବିକଶିତ ଭାରତ ନିର୍ବାଚନର ମୂଳ ବିଷୟ। ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶା ସରକାର ସବୁ କ୍ଷେତ୍ରରେ ବିଫଳ ହୋଇଛନ୍ତି। ଗାଁ ଗାଁରେ ସ୍ବଚ୍ଛ ପିଇବା ପାଣି ନାହିଁ। ସମ୍ବଲପୁର ଜିଲାର ହୀରାକୁଦ ଭଳି ଅଞ୍ଚଳରେ ଡାଇରିଆ ବ୍ୟାପୀ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆକ୍ରାନ୍ତ ହୋଇ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଦୀର୍ଘ ୨୫ ବର୍ଷ ସରକାରରେ ନାଗରିକଙ୍କୁ ସ୍ବଚ୍ଛ ପାନୀୟ ଜଳ ମିଳିନାହିଁ। ଯୁବବର୍ଗଙ୍କୁ ରୋଜଗାର ନାହିଁ। ଭ୍ରଷ୍ଟାଚାର ଚରମ ସୀମାରେ ପହଞ୍ଚିଛି। ମହିଳା ଅତ୍ୟାଚାରରେ ଓଡ଼ିଶା ଜାତୀୟସ୍ତରରେ ବଦନାମ ହେଉଛି। ଓଡ଼ିଶାକୁ ଏଥିରୁ ମୁକ୍ତି ଦେବା ପାଇଁ ମୋଦିଙ୍କ ଡବଲ ଇଞ୍ଜିନ ସରକାର ଆଣିବାକୁ ପଡିବ ବୋଲି ଧର୍ମେନ୍ଦ୍ର ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri