ଧର୍ମେନ୍ଦ୍ରଙ୍କ ପରଲୋକ: ବଲିଉଡ୍‌ରେ ଶୋକର ଛାୟା

ମୁମ୍ବାଇ,୧୧।୧୧: ବର୍ଷିୟାନ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। କିଛିଦିନ ହେବ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇ ଘରେ ଚିକିତ୍ସିତ ହେଉଥିଲେ।
ସୂଚନାଯୋଗ୍ୟ, ବଲିଉଡ୍‌ର ବର୍ଷୀୟାନ ଅଭିନେତା ଧର୍ମେନ୍ଦ୍ରଙ୍କୁ ନିକଟରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲାବେଳେ ସୋମବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିବା ରିପୋର୍ଟ ପ୍ରକାଶ ପାଇଥିଲା। ଏହାକୁ ନେଇ ଧର୍ମେନ୍ଦ୍ରଙ୍କ ପ୍ରଶଂସକ ମହଲରେ ଚିନ୍ତା ବଢ଼ିଯାଇଥିଲା। ପରେ ତାଙ୍କୁ ତାଙ୍କୁ ଡିସଚାର୍ଜ କରାଯାଇଥିଲା।
ଧର୍ମେନ୍ଦ୍ର ହିନ୍ଦୀ ସିନେମାର ସବୁଠାରୁ ସମ୍ମାନିତ ଏବଂ ଲୋକପ୍ରିୟ ତାରକାମାନଙ୍କ ମଧ୍ୟରୁ ଜଣେ। ଧର୍ମେନ୍ଦ୍ରଙ୍କ ପୂରା ନାମ ହେଉଛି ଧର୍ମେନ୍ଦ୍ର କେୱଲ କୃଷ୍ଣ ଦେଓଲ। ତାଙ୍କର ଜନ୍ମ ଡିସେମ୍ବର ୮, ୧୯୩୫ରେ ପଞ୍ଜାବର ନସରାନି ଗାଁରେ ହୋଇଥିଲା। ସେ ୧୯୬୦ ମସିହାରେ ରିଲିଜ ହୋଇଥିବା ଫିଲ୍ମ ‘ଦିଲ ଭି ତେରା ହମ ଭି ତେରେ’ ସହିତ ତାଙ୍କର ଅଭିନୟ କ୍ୟାରିଅର୍‌ ଆରମ୍ଭ କରିଥିଲେ। ଏହା ପରେ ସେ ୧୯୬୧ ମସିହାରେ ରିଲିଜ ହୋଇଥିବା ଫିଲ୍ମ ‘ବୟ ଫ୍ରେଣ୍ଡ’ରେ ଏକ ସହାୟକ ଭୂମିକାରେ ଅଭିନୟ କରିଥିଲେ।

ସାତ ଦଶନ୍ଧିରୁ ଅଧିକ ସମୟ ଧରି ତାଙ୍କର କ୍ୟାରିୟରରେ, ସେ ୩୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ। ଶୋଲେ, ଚୁପକେ ଚୁପକେ, ସୀତା ଔର ଗୀତା ଏବଂ ଧରମ ବୀର ଭଳି ସୁପରହିଟ ଫିଲ୍ମ ଅନ୍ତର୍ଭୁକ୍ତ। ତାଙ୍କ ସଂଳାପଗୁଡ଼ିକ ଏବେ ବି ବହୁଳ ଭାବରେ ପ୍ରଚଳିତ। ଏଥିରେ ଶୋଲେରେ ବାସନ୍ତୀ ଇନ କୁତେ କେ ଆଗେ ମତ ନାଚ୍‌ନା ଏକ ପ୍ରମୁଖ ହିଟ ଫିଲ୍ମ ଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri